ଆଗାମୀ ୩ ଘଣ୍ଟା ପାଇଁ ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି…

Spread the love

ରାଜ୍ୟର ୧୨ଟି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ନୟାଗଡ଼, କଟକ ଓ ଖୋର୍ଦ୍ଧା । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ସେହିପରି ଆସନ୍ତାକାଲି ପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, ବଲାଙ୍ଗୀର, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା, କେନ୍ଦୁଝର, ସୁନ୍ଦରଗଡ଼, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।


Discover more from Emerging Odisha

Subscribe to get the latest posts sent to your email.

Leave a Reply

Your email address will not be published. Required fields are marked *

Discover more from Emerging Odisha

Subscribe now to keep reading and get access to the full archive.

Continue reading