ଗଞ୍ଜାମରେ ପୁଣି ୭୬ ଆକ୍ରାନ୍ତ

ଛତ୍ରପୁର : ଗଞ୍ଜାମ ଜିଲାରେ ରବିବାର ପୁଣି ୭୬ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ଜିଲାରେ ବର୍ତ୍ତମାନ ସୁଦ୍ଧା ୧୨୭୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୮୫୯ ଜଣ ସୁସ୍ଥ ହୋଇଥିବା ବେଳେ ୪୦୩ଜଣ ଚିକିତ୍ସାଧୀନ ଅଛନ୍ତି। ୯ ଜଣଙ୍କ ମୃତ୍ୟୁ ଘଟିଛି।

ସେହିପରି ଜିଲାରେ ରବିବାର ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଜିଲାରେ କରୋନା ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି ପାଇଛି। ମୃତକ ଜଣକ ଜିଲାର ୭୫ ବର୍ଷୀୟ ବୃଦ୍ଧ। ପୂର୍ବରୁ ସେ ହାଇପରଟେନ୍‌ଶନ ଏବଂ ମଧୁମେହ ରୋଗରେ ମଧ୍ୟ ଆକ୍ରାନ୍ତ ଥିଲେ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

Spread the love

Leave a Reply

Your email address will not be published. Required fields are marked *