ଗତ ୨୪ ଘଣ୍ଟାରେ ସର୍ବାଧିକ ୧୯,୯୦୬ ଆକ୍ରାନ୍ତ, ୪୧୦ ମୃତ

ନୂଆଦିଲ୍ଲୀ : ମହାମାରୀ କରୋନା ଦେଶରେ ଭୟଙ୍କର ରୂପ ଧାରଣ କରିବାରେ ଲାଗିଛି। ଧିରେ ଧିରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ପ୍ରତ୍ୟେକ ଦିନ ରେକର୍ଡ ଭାଙ୍ଗୁଛି କରୋନା । ବର୍ତ୍ତମାନ ସୁଦ୍ଧା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫ ଲକ୍ଷ ୨୮ ହଜାର ୮୫୯ ରେ ପହଞ୍ଚି ସାରିଛି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟର ସୂଚନା ଅନୁସାରେ  ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସର୍ବାଧିକ ୧୯ ହଜାର ୯୦୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି, ସେହିପରି ୪୧୦ ଜଣ ମୃତ୍ୟୁ ବରଣ କରିଛନ୍ତି।

ସୂଚନା ଅନୁସାରେ ବର୍ତ୍ତମାନ ସୁଦ୍ଧା ଦେଶରେ ୫ ଲକ୍ଷ ୨୮ ହଜାର ୮୫୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୩ ଲକ୍ଷ ୯ ହଜାର ୭୧୩ ଜଣ ସୁସ୍ଥ ହୋଇଥିବା ବେଳେ ୧୬ ହଜାର ୯୫ ଜଣଙ୍କର ମୃତ୍ୟୁ ହୋଇଛି। ସେହିପରି ବର୍ତ୍ତମାନ ଦେଶରେ ୨ ଲକ୍ଷ ୩ ହଜାର ୫୧ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Spread the love

Leave a Reply

Your email address will not be published. Required fields are marked *