ଡିସେମ୍ବର୧ରୁ ଖୋଲିବ ସବୁ ମେଡିକାଲ କଲେଜ

ଭୁବନେଶ୍ୱର : ଓଡ଼ିଶାର ସମସ୍ତ ମେଡିକାଲ କଲେଜ ଆସନ୍ତା ଡିସେମ୍ବର ୧ରୁ ଖୋଲିବ । ଶୁକ୍ରବାର ଦିନ ସ୍ୱାସ୍ଥ୍ୟ ଓପରିବାର କଲ୍ୟାଣ ବିଭଗ ପକ୍ଷରୁ ଏସମ୍ପର୍କରେ ବିଜ୍ଞପ୍ତି ପ୍ରକାଶ ପାଇଛି । ଉଚ୍ଚଶିକ୍ଷା ବିଭାଗର ସଚିବ, ଡିନ୍‌,ପ୍ରିନ୍ସିପାଲ ଓ ବିଭିନ୍ନ ମେଡିକାଲ୍ କଲେଜର ପରୀକ୍ଷା ନିୟନ୍ତ୍ରକଙ୍କ ସହ ଆଲୋଚନା ପରେ ଏହି ଘୋଷଣା କରାଯାଇଛି । ତେବେ କରୋନା କଟକଣା ସହ ମାର୍ଗଦର୍ଶିକା ମାନି କଲେଜ ଖୋଲିବାକୁ ସମସ୍ତ ମେଡିକାଲ କଲେଜମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସାମାଜିକ ଦୂରତା ସହ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ଗାଇଡଲାଇନକୁ ମାନିବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ମୁଖ୍ୟତଃ ମେଡିକାଲ କଲେଜର ଛାତ୍ରଛାତ୍ରୀଙ୍କ ପାଠପଢା ପାଇଁ କଲେଜ ଖୋଲାଯାଉଥିବା ନେଇ ରାଜ୍ୟ ସରକାରଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି । ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏନେଇ ସମସ୍ତ ସରକାରୀ ଓ ବେସରକାରୀ ମେଡିକାଲ କଲେଜର ମୁଖ୍ୟମାନଙ୍କୁ ଅବଗତ କରାଯାଇଛି । ସୂଚନା ଥାଉ କି କରୋନା ସ୍ଥିତିକୁ ନଜରରେ ରଖି ରାଜ୍ୟ ସରକାର ମେଡିକାଲ କଲେଜରେ ଶିକ୍ଷାଦାନକୁ ବନ୍ଦ କରିଥିଲେ ।

Spread the love