ଦକ୍ଷିଣରେ କାଚିବ : ପ୍ରବଳ ବର୍ଷା ନେଇ ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

Spread the love

ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି । ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପର ନେବ ରୂପ । ପ୍ରଭାବରେ ଆଜିଠୁ ୨୮ଟି ଜିଲ୍ଲାକୁ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ବିଶେଷ କରି ଦକ୍ଷିଣ ଓଡ଼ିଶାର ଜିଲ୍ଲା କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷାର ନେଇ ଅରେଞ୍ଜ ୱାର୍ଣ୍ଣିଂ  ଜାରି କରାଯାଇଛି । ସେହିପରି କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ନବରଙ୍ଗପୁର ଓ ନୂଆପଡ଼ାରେ ପ୍ରବଳ ବର୍ଷାର ଆଶଙ୍କା ରହିଛି । ଆସନ୍ତାକାଲି ପାଇଁ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ନବରଙ୍ଗପୁର ଜିଲ୍ଳାରେ ପ୍ରବଳ ବର୍ଷାର ଆଶଙ୍କା ରହିଛି । 


Discover more from Emerging Odisha

Subscribe to get the latest posts sent to your email.

Leave a Reply

Your email address will not be published. Required fields are marked *

Discover more from Emerging Odisha

Subscribe now to keep reading and get access to the full archive.

Continue reading