ଦେଶରେ ଆଉ ୩୮୭୭୨ ପଜିଟିଭ ଚିହ୍ନଟ ଓ ୪୪୩ ମୃତ

ନୂଆଦିଲ୍ଲୀ : ଦେଶରେ ଗତ କିଛିଦିନ ହେବ ଲଗାତାର ଭାବେ ମହାମାରୀ କରୋନା ସଂକ୍ରମଣ କମୁଥିବାବେଳେ ଏବେ ଏଥିରେ ପୁଣି ପରିବର୍ତନ ଦେଖାଦେଇଛି। ବିଭିନ୍ନ ରାଜ୍ୟରେ ପୁଣି ସଂକ୍ରମଣ ବଢ଼ିବା, ବିଶେଷ କରି ଉତ୍ତର ଭାରତରେ ହଠାତ୍‌ ସଂକ୍ରମଣ ବଢ଼ିଯିବାରୁ ଏହା ଏବେ ଚିନ୍ତା ପାଲଟିଛି । ସେହିପରି ଦେଶରେ ରବିବାର ତୁଳନାରେ ସୋମବାର କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ହୋଇଛି। ଏହାରି ମଧ୍ୟରେ ଦେଶରେ ସୋମବାର ଗତ୨୪ ଘଣ୍ଟାରେ ୩୮,୭୭୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ଥିବାବେଳେ ୪୪୩ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୪ ଲକ୍ଷ ୩୧ ହଜାର ୬୯୨କୁ ବୃଦ୍ଧି ପାଇ ଥିବାବେଳେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୩୭ ହଜାର ୧୩୯ରେ ପହଞ୍ଚିଛି। ସେହିପରି ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୩ ଲକ୍ଷ ୯୨ ହଜାର ୯୨୦କୁ ବୃଦ୍ଧି ପାଇଛି। ଅନ୍ୟପକ୍ଷରେ ୪ଲକ୍ଷ ୪୬ ହଜାର ୯୫୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୮୮ଲକ୍ଷ ୪୭ ହଜାର ୪୦୦ ଜଣ ସୁସ୍ଥ ହୋଇ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

Spread the love