ଦେଶରେ ଆଉ ୪୧୩୨୨ ପଜିଟିଭ ଚିହ୍ନଟ ଓ ୪୮୫ ମୃତ

ନୂଆଦିଲ୍ଲୀ : ଦେଶରେ ଗତ କିଛିଦିନ ହେବ ଲଗାତାର ଭାବେ ମହାମାରୀ କରୋନା ସଂକ୍ରମଣ କମୁଥିବାବେଳେ ଏବେ ଏଥିରେ ପୁଣି ପରିବର୍ତନ ଦେଖାଦେଇଛି। ବିଭିନ୍ନ ରାଜ୍ୟରେ ପୁଣି ସଂକ୍ରମଣ ବଢ଼ିବା, ବିଶେଷ କରି ଉତ୍ତର ଭାରତରେ ହଠାତ୍‌ ସଂକ୍ରମଣ ବଢ଼ିଯିବାରୁ ଏହା ଏବେ ଚିନ୍ତା ପାଲଟିଛି । ଏହାରି ମଧ୍ୟରେ ଦେଶରେ ଶନିବାର ୨୪ ଘଣ୍ଟାରେ ୪୧,୩୨୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୮୫  ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୩ଲକ୍ଷ ୫୧ ହଜାର ୧୧୦କୁ ବୃଦ୍ଧି ପାଇଥିବା ବେଳେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୩୬ ହଜାର ୨୦୦ରେ ପହଞ୍ଚିଛି। ସେହିପରି ୪ ଲକ୍ଷ ୫୪ ହଜାର ୯୪୦ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୮୭ ଲକ୍ଷ ୫୯ ହଜାର ୯୬୯ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Spread the love