ଦେଶରେ ଆଉ ୪୧୮୧୦ ପଜିଟିଭ ଚିହ୍ନଟ ଓ ୪୯୬ ମୃତ

ନୂଆଦିଲ୍ଲୀ : ଦେଶରେ ଗତ କିଛିଦିନ ହେବ ଲଗାତାର ଭାବେ ମହାମାରୀ କରୋନା ସଂକ୍ରମଣ କମୁଥିବାବେଳେ ଏବେ ଏଥିରେ ପୁଣି ପରିବର୍ତନ ଦେଖାଦେଇଛି। ବିଭିନ୍ନ ରାଜ୍ୟରେ ପୁଣି ସଂକ୍ରମଣ ବଢ଼ିବା, ବିଶେଷ କରି ଉତ୍ତର ଭାରତରେ ହଠାତ୍‌ ସଂକ୍ରମଣ ବଢ଼ିଯିବାରୁ ଏହା ଏବେ ଚିନ୍ତା ପାଲଟିଛି । ଏହାରି ମଧ୍ୟରେ ଦେଶରେ ରବିବାର ଗତ୨୪ ଘଣ୍ଟାରେ ୪୧, ୮୧୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ଥିବାବେଳେ ୪୯୬ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୩ ଲକ୍ଷ ୯୨ ହଜାର ୯୨୦କୁ ବୃଦ୍ଧି ପାଇ ଥିବାବେଳେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୩୬ ହଜାର ୬୯୬ରେ ପହଞ୍ଚିଛି। ସେହିପରି ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୩ ଲକ୍ଷ ୯୨ ହଜାର ୯୨୦କୁ ବୃଦ୍ଧି ପାଇଛି। ୪ଲକ୍ଷ ୫୩ ହଜାର ୯୫୬ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୮୮ ଲକ୍ଷ ୨ ହଜାର ୨୬୭ ସୁସ୍ଥ ହୋଇଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Spread the love