ଦେଶରେ ଆଉ ୪୪୪୮୯ କରୋନା ଆକ୍ରାନ୍ତ ଚିହ୍ନଟ, ୫୨୪ ମୃତ

ନୂଆଦିଲ୍ଲୀ : ଦେଶରେ ଗତ କିଛିଦିନ ହେବ ଲଗାତାର ଭାବେ ମହାମାରୀ କରୋନା ସଂକ୍ରମଣ କମୁଥିବାବେଳେ ଏବେ ଏଥିରେ ପୁଣି ପରିବର୍ତନ ଦେଖାଦେଇଛି । ବିଭିନ୍ନ ରାଜ୍ୟରେ ପୁଣି ସଂକ୍ରମଣ ବଢ଼ିବା, ବିଶେଷ କରି ଉତ୍ତର ଭାରତରେ ହଠାତ୍‌ ସଂକ୍ରମଣ ବଢ଼ିଯିବାରୁ ଏହା ଏବେ ଚିନ୍ତା ପାଲଟିଛି । ଦେଶରେ ବୁଧବାର ତୁଳନାରେ ଗୁରୁବାର ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଏହାରି ମଧ୍ୟରେ ଗୁରୁବାର ଗତ ୨୪ଘଣ୍ଟାରେ ୪୪,୪୮୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇ ଥିବାବେଳେ ୫୨୪ ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୨ ଲକ୍ଷ ୬୬ ହଜାର ୭୦୬କୁ ବୃଦ୍ଧି ପାଇ ଥିବାବେଳେ ଓ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୩୫ ହଜାର ୨୨୩ରେ ପହଞ୍ଚିଛି। ସେହିପରି ୪ ଲକ୍ଷ ୫୨ ହଜାର ୩୪୪ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୮୬ଲକ୍ଷ ୭୯ ହଜାର ୧୩୮ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ପରିବାର କଲୃାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Spread the love