ବର୍ଷା ସମ୍ଭାବନା: ୮ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ରାଜ୍ୟରେ ରବିବାର କିଛି ସ୍ଥାନରେ ବର୍ଷା ହୋଇଛି । ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଜିଲ୍ଲା ମାନଙ୍କରେ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ରାଜ୍ୟର ଅନ୍ୟ କିଛି ଜିଲ୍ଲା ମାନଙ୍କରେ ଘୂର୍ଣ୍ଣି ଝଡ ସହ ବିଜୁଳି ମାରିବାର ସମ୍ଭାବନା ରହିଛି । ଢେଙ୍କାନାଳ, ଅନୁଗୁଳ, କନ୍ଧମାଳ, ବୌଦ୍ଧ, ସୁନ୍ଦରଗଡ, ଦେଓଝର, ସମ୍ବଳପୁର, ନୂଆପଡା, କେରାଫୁଟ ଓ ବଲାଙ୍ଗିରି ଜିଲ୍ଲାରେ ଘୂର୍ଣ୍ଣି ଝଡ ସହ ବିଜୁଳି ମାରିବାର ସମ୍ଭାବନା ରହିଥିବାରୁ ଏହି ସବୁ ଜିଲ୍ଲା ମାନଙ୍କରେ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଅନ୍ୟପଟେ ଆଜି ରାଜ୍ୟରେ ସର୍ବାଧିକ ୩୮.୨ ଡିଗ୍ରୀ ସେଲସିଏସ ତପମାତ୍ରା ଟିଟିଲାଗଡ ଠାରେ ରେକର୍ଡ କରାଯାଇଛି । ସେହିପରି ଭୁବନେଶ୍ୱରରେ ୩୭.୨ ଓ କଟକରେ ୩୫.୮ ଡିଗ୍ରୀ ସେଲସିଏସ ତାପମାତ୍ରା ରେକର୍ଡ କରାଯାଇଛି ।

Spread the love

Leave a Reply

Your email address will not be published. Required fields are marked *