ବିଜେଡିରୁ ବହିଷ୍କୃତ ହେଲେ ବିଧାୟକ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର : ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ଲୋକ ବିରୋଧୀ କାର୍ଯ୍ୟ ପାଇଁ ବିଧାୟକ ଶ୍ରୀ ପାଣିଗ୍ରାହୀଙ୍କ ବିରୋଧରେ ନିଆଗଲା କାର୍ଯ୍ୟାନୁଷ୍ଠାନ। ପାଠକ ବାପ-ପୁଅଙ୍କ ସହ ସଂପର୍କକୁ ନେଇ ବିବାଦୀୟ ହୋଇଥିଲେ ସେ।
ବିଜୁ ଜନତା ଦଳର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଦଳରୁ ବହିଷ୍କାର କରାଯାଇଛି । ଏକ ପ୍ରେସ ବାର୍ତ୍ତା ଯୋଗେ ଦଳ ତରଫରୁ ଏହି ସୂଚନା ଦିଆଯାଇଛି । ଦଳ ପକ୍ଷରୁ ରବିବାର ଏକ ପ୍ରେସ ବିଜ୍ଞପ୍ତିରେ ପ୍ରଦୀପଙ୍କୁ ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ କରାଯାଇଥିବା ସୂଚନା ଦିଆଯାଇଛି । ବିଭିନ୍ନ ଲୋକ ବିରୋଧୀ କାର୍ଯ୍ୟକଳାପ ପାଇଁ ଦଳ ଏହି ନିଷ୍ପତ୍ତି ନେଇଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି ।

Spread the love