ଭୁବନେଶ୍ୱରରେ ସୁସ୍ଥଙ୍କ ସଂଖ୍ୟା ୩୦ ହଜାର ଟପିଲା

  • ୨୪ ଘଂଟାରେ ୩୨ ଆକ୍ରାନ୍ତ , ୫୨ ସୁସ୍ଥ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ କରୋନାରୁ ସୁସ୍ଥଙ୍କ ସଂଖ୍ୟା ୩୦ ହଜାର ଟପିଛି । ରବିବାର ଦିନ ଆଉ ୩୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିରେ ୧୦ ଜଣ ସଂଗରୋଧ ଓ ୨୨ ଜଣ ସ୍ଥାନୀୟ ଅଂଚଳରୁ ଅଛନ୍ତି । ଅନ୍ୟପକ୍ଷରେ ୫୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ଏବଂ ଜଣଙ୍କର ମୃତ୍ୟୁ ହୋଇଛି । ଫଳରେ ମୋଟ ସୁସ୍ଥଙ୍କ ସଂଖ୍ୟା ୩୦,୦୨୭କୁ ବୃଦ୍ଧି ପାଇଛି । ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ୱରରୁ ଆଜି ପର୍ଯ୍ୟନ୍ତ ୩୦,୭୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରୁ ୩୦,୦୨୭ ଜଣ ସୁସ୍ଥ ହୋଇସାରିଛନ୍ତି । ଏବେ ୪୫୬ ଜଣ ଆକ୍ରାନ୍ତ ସକ୍ରିୟ ଥିବା ବେଳେ ୨୧୯ ଜଣଙ୍କର ମୃତ୍ୟୁ ହୋଇଛି ।

Spread the love