ଭୁବନେଶ୍ୱର : ୩୧ ପଜିଟିଭ୍, ୫୫ ସୁସ୍ଥ  

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ଧିରେ ଧିରେ କରୋନା ସଂକ୍ରମଣ ହ୍ରାସ ପାଉଛି ।  ବୁଧବାର ଦିନ ଆଉ ୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିରେ ୮ ଜଣ ସଂଗରୋଧ ଓ ୨୩ ଜଣ ସ୍ଥାନୀୟ ଅଂଚଳରୁ ଅଛନ୍ତି । ଅନ୍ୟପକ୍ଷରେ ୫୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ଏବଂ  ଜଣଙ୍କର ମୃତ୍ୟୁ ହୋଇଛି । ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି ।

ନୂତନ ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ୱରରୁ ଆଜି ପର୍ଯ୍ୟନ୍ତ ୩୦,୫୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରୁ ୨୯,୮୨୧ ଜଣ ସୁସ୍ଥ ହୋଇସାରିଛନ୍ତି । ଏବେ ୫୧୧ ଜଣ ଆକ୍ରାନ୍ତ ସକ୍ରିୟ ଥିବା ବେଳେ ୨୧୦ ଜଣଙ୍କର ମୃତ୍ୟୁ ହୋଇଛି । ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ  ପଟିଆରୁ ୫ ଜଣ , ଲକ୍ଷ୍ମୀସାଗର ଓ ଚନ୍ଦ୍ରଶେଖରପୁରରୁ ୩ ଜଣ ଲେଖାଏଁ ଏବଂ ବରମୁଣ୍ଡା,ନିଳାଦ୍ରୀବିହାର, ନୟାପଲ୍ଲୀ,  ରସୁଲଗଡ, ଶୈଳଶ୍ରୀ ବିହାର ଓ ୟୁନିଟ୍ ୬ରୁ ୨ ଜଣ ଲେଖାଏଁ ଆକ୍ରାନ୍ତ ରହିଛନ୍ତି ।

Spread the love