ରାଜାରାଜେଶ୍ୱର ବେଶରେ ଦର୍ଶନ ଦେଲେ ମହାପ୍ରଭୁ

ପୁରୀ: ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଏହି ଅବସରରେ ଶ୍ରୀମନ୍ଦିରରେ ରାଜରାଜେଶ୍ୱର ବେଶରେ ଦର୍ଶନ ଦେବେ ମହାପ୍ରଭୁ। ଅବକାଶ ନୀତି ପରେ ପୁଷ୍ପାଳକ ସେବାୟତ ଶ୍ରୀଜିଉଙ୍କୁ ବେଶ କରିବେ। ଏହା ମହାପ୍ରଭୁଙ୍କ ସୁନାବେଶ ଅନୁରୂପ ବୋଲି ସେବାୟତଙ୍କ ସୂଚନା। କରୋନା କଟକଣା ଯୋଗୁଁ ଚଳିତବର୍ଷ ଏହି ଦୁର୍ଲଭ ବେଶ ଦର୍ଶନରୁ ଭକ୍ତ ବଞ୍ଚିତ ହେବେ।

ଲୋକମାନେ ଘରେ ରହିବାକୁ ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି। ସେପଟେ ପର୍ଯ୍ୟଟକ ତଥା ଭକ୍ତଙ୍କ ପ୍ରବଳ ଭିଡକୁ ଦୃଷ୍ଟିରେ ରଖି ପୁରୀ ପୋଲିସ ପକ୍ଷରୁ ୧୫ ପ୍ଲାଟୁନ ପୋଲିସ ଫୋର୍ସ ସହ ଜଣେ ଅତିରିକ୍ତ ଏସପି, ୭ ଜଣ ଡିଏସପି, ୫୦ ଅଫିସର ମୁତୟନ ଅଛନ୍ତି। କରୋନା ମହାମାରୀ ଯୋଗୁଁ ଶ୍ରୀମନ୍ଦିର ଭିତରକୁ ଭକ୍ତଙ୍କ ପ୍ରବେଶ ଉପରେ କଟକଣା ଥିବା ଯୋଗୁଁ ଭକ୍ତ ମାନେ ଶୃଙ୍ଖଳାର ସହ ପତିତପାବନଙ୍କ ଦର୍ଶନ କରି ଅଶେଷ ପୁଣ୍ୟ ଲାଭ କରୁଛନ୍ତି।

Spread the love