ରାଜ୍ୟରେ ଆଉ ୧୭୦ କରୋନା ପଜିଟିଭ

ଭୁବନେଶ୍ୱର : ରାଜ୍ୟରେ ଦିନକୁ ଦିନ ଭୟଙ୍କର ହେଉଛି କରୋନା ଭୂତାଣୁ । ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ପୁଣି 170 ଜଣ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। 6 ହଜାର 300 ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା  । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୩ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୨୭ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।  ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଚିହ୍ନଟ ହୋଇଥିବା ୧୭୦ ସଂକ୍ରମିତଙ୍କ ମଧ୍ୟରୁ ନବରଙ୍ଗପୁର ଜିଲ୍ଲାରୁ ୧୯ ଜଣ, ରାୟଗଡା ଜିଲ୍ଲାରୁ ୧୬ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୯ ଜଣ, ଗଞ୍ଜାମ ଜିଲ୍ଲାରୁ ୫୮ ଜଣ, ଯାଜପୁର ଜିଲ୍ଲାରୁ ୩ ଜଣ, ମାଲକାନଗିରି ଜିଲ୍ଲାରୁ ୫ ଜଣ, ପୁରୀ ଜିଲ୍ଲାରୁ ୬ ଜଣ, କଟକ ଜିଲ୍ଲାରୁ ୧୪ ଜଣ, ନୟାଗଡ ଜିଲ୍ଲାରୁ ୩ ଜଣ, ଗଜପତି ଜିଲ୍ଲାରୁ ୧୬ ଜଣ, ବରଗଡ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡା ଜିଲ୍ଲାରୁ ୬ ଜଣ, ସମ୍ବଲପୁର ଜିଲ୍ଲାରୁ ୨ ଜଣ, କୋରାପୁଟ ଜିଲ୍ଲାରୁ ଜଣେ ଏବଂ ଅମ୍ଫାନ୍ ଡ୍ୟୁଟି ସାରି ପଶ୍ଚିମବଙ୍ଗରୁ ଫେରିଥିବା ଜଣେ ଏନଡିଆରଏଫ କର୍ମଚାରୀ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୩୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୯୦୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୪୩୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୭ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

 

Spread the love

Leave a Reply

Your email address will not be published. Required fields are marked *