ରାଜ୍ୟରେ ଆଜି ୪୧୮ ସଂକ୍ରମିତ ଚିହ୍ନଟ

  • ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୮୭୨୫

ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ କିଛିଦିନ ହେବ କମିବାରେ ଲାଗିଛିି। ଏହାରି ମଧ୍ୟରେ ଶନିବାର ୪୧୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୪୧ ଓ ସ୍ଥାନୀୟ ଅଞ୍ଚଳରୁ ୧୭୭ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧୮୭୨୫କୁ ବୃଦ୍ଧି ପାଇଛି। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩୪ଜଣ ଥିବାବେଳେ ବାଲେଶ୍ୱର ଜିଲ୍ଲାରୁ ୧୯ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୫ଜଣ, କଟକ ଜିଲ୍ଲାରୁ ୨୫ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୭ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୭ଜଣ, ଜଗତସିଂହପୁର ଜିଲ୍ଲାରୁ ୧୬ଜଣ, ଯାଜପୁର ଜିଲ୍ଲାରୁ ୨୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୪ଜଣ, କଳାହାଣ୍ଡି ଜିଲ୍ଲାରୁ ୧୩ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୯ଜଣ, କେନ୍ଦୁଝର ଜିଲ୍ଲାରୁ ୧୯ଜଣଷ ଖୋର୍ଦ୍ଧା ଜିଲ୍ଲାରୁ ୨୩ଜଣ, କୋରାପୁଟ ଜିଲ୍ଲାରୁ ୯ଜଣଷ ମାଲକାନଗିରି ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ଼ା ଜିଲ୍ଲାରୁ ୭ଜଣ, ନୂଆପଡ଼ା ଜିଲ୍ଲାରୁ ୨୩ଜଣ, ପୁରୀ ଜିଲ୍ଲାରୁ ୧୩ଜଣ, ରାୟଗଡ଼ା ଜିଲ୍ଲାରୁ ୧୭ଜଣ, ସମ୍ବଲପୁର ଜିଲ୍ଲାରୁ ୧୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୧ଜଣ ଏବଂ ରାଜ୍ୟ ପୁଲ୍‌ରୁ ୫ଜଣ ରହିଛନ୍ତି। ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୮୭୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୫୬୭୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୧୨୫୬ଜଣ ସୁସ୍ଥ ହୋଇଛନ୍ତି ।

Spread the love