ରାଜ୍ୟରେ ଆଜି ୫୧୮ ସଂକ୍ରମିତ ଚିହ୍ନଟ

ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୮୩୦୭

ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ କିଛିଦିନ ହେବ କମିବାରେ ଲାଗିଛିି। ଏହାରି ମଧ୍ୟରେ ଶନିବାର ୫୧୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୯୭ ଓ ସ୍ଥାନୀୟ ଅଞ୍ଚଳରୁ ୨୨୧ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧୮୩୦୭କୁ ବୃଦ୍ଧି ପାଇଛି। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୮୩୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୫୯୧୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୦୫୪୯ଜଣ ସୁସ୍ଥ ହୋଇଛନ୍ତି ।

Spread the love