ରାଜ୍ୟରେ ଆଜି ୫୫୦ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ କିଛିଦିନ ହେବ କମିବାରେ ଲାଗିଛିି। ଏହାରି ମଧ୍ୟରେ ଶନିବାର ୫୫୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୧୭ ଓ ସ୍ଥାନୀୟ ଅଞ୍ଚଳରୁ ୨୩୩ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧୭୭୮୯କୁ ବୃଦ୍ଧି ପାଇଛି। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୫୩ଜଣ ଥିବାବେଳେ ବାଲେଶ୍ୱର ଜିଲ୍ଲାରୁ ୨୧ଜଣ, ବରଗଡ଼ ଜିଲ୍ଲାରୁ ୨୫ଜଣ, ଭଦ୍ରକ ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୧ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୩୫ଜଣ, ଦେଓଗଡ଼ ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୧୯ଜଣ, ଯାଜପୁର ଜିଲ୍ଲାରୁ ୧୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୫ଜଣ, କଳାହାଣ୍ଡି ଜିଲ୍ଲାରୁ ୧୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୬ଜଣ, କେନ୍ଦୁଝର ଜିଲ୍ଲାରୁ ୧୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୯ଜଣ, କୋରାପୁୁଟ ଜିଲ୍ଲାରୁ ୨ଜଣ, ମାଲକାନଗିରି ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୮ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୩୧ଜଣ, ପୁରୀ ଜିଲ୍ଲାରୁ ୨୬ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୩୭ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୭ଜଣ ଏବଂ ରାଜ୍ୟ ପୁଲ୍‌ରୁ ୧୧ଜଣ ରହିଛନ୍ତି। ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୭୭୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୬୨୫୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦୯୭୪୭ଜଣ ସୁସ୍ଥ ହୋଇଛନ୍ତି।

Spread the love