ରାଜ୍ୟରେ ଆଜି ୬୪୨ ସଂକ୍ରମିତ ଚିହ୍ନଟ

୩,୧୫,୨୭୧ରେ ପହଞ୍ଚିଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ କିଛିଦିନ ହେବ କମିବାରେ ଲାଗିଛିି। ଏହାରି ମଧ୍ୟରେ ମଙ୍ଗଳବାର ୩୦ ଜିଲ୍ଲାରୁ ୬୪୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୭୪ ଓ ସ୍ଥାନୀୟ ଅଞ୍ଚଳରୁ ୨୬୮ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୫,୨୭୧କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୫୨୭୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୬୮୨୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦୬୭୨୬ଜଣ ସୁସ୍ଥ ହୋଇଛନ୍ତି ।

Spread the love