ରାଜ୍ୟରେ ଆଜି ୬୪୪ ସଂକ୍ରମିତ ଚିହ୍ନଟ

  • ୩୧୬୬୪୫ରେ ପହଞ୍ଚିଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ କିଛିଦିନ ହେବ କମିବାରେ ଲାଗିଛିି। ଏହାରି ମଧ୍ୟରେ ଗୁରୁବାର ୬୪୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୬୯ ଓ ସ୍ଥାନୀୟ ଅଞ୍ଚଳରୁ ୨୭୫ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧୬୬୪୫କୁ ବୃଦ୍ଧି ପାଇଛି। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୫୦ଜଣ ଥିବାବେଳେ ବାଲେଶ୍ୱର ଜିଲ୍ଲାରୁ ୧୧ଜଣ, ବରଗଡ଼ ଜିଲ୍ଲାରୁ ୧୯ଜଣ, ଭଦ୍ରକ ଜିଲ୍ଲାରୁ ୧୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୨ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୬୪ଜଣ, ଦେଓଗଡ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୧୮ଜଣ, ଜଗତସିଂହପୁର ଜିଲ୍ଲାରୁ ୨୬ଜଣ, ଯାଜପୁର ଜିଲ୍ଲାରୁ ୧୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୧ଜଣ, କଳାହାଣ୍ଡି ଜିଲ୍ଲାରୁ ୩୫ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୭ଜଣ, କେନ୍ଦୁଝର ଜିଲ୍ଲାରୁ ୪୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୯ଜଣ, କୋରାପୁଟ ଜିଲ୍ଲାରୁ ୧୦ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୧ଜଣ, ନୟାଗଡ଼ ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ୩୬ଜଣ, ପୁରୀ ଜିଲ୍ଲାରୁ ୧୬ଜଣ, ରାୟଗଡ଼ ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୨ଜଣ ଏବଂ ରାଜ୍ୟ ପୁଲ୍‌ରୁ ୧୦ଜଣ ରହିଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୬୬୪୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୬୭୮୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦୮୧୦୨ଜଣ ସୁସ୍ଥ ହୋଇଛନ୍ତି ।

Spread the love