ରାଜ୍ୟରେ କରୋନା ନେଲା ଆଉ ଏକ ଜୀବନ

ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ଗଞ୍ଜାମ ଜିଲାର ୬୮ବର୍ଷୀୟ ପୁରୁଷ । ଏଥିସହିତ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୮ରେ ପହଞ୍ଚିଛି। ଶନିବାର ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

ମୃତକ ଜଣକ କରୋନା ମହାମାରୀରେ ସଂକ୍ରମଣ ହୋଇ କୋଭିଡ ହସ୍ପିଟାଲରେ ଚିକିତ୍ସିତ କରାଯାଉଥିଲା । କିଛି ଦିନ ତଳେ ସେ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ତେବେ ତାଙ୍କ ଶରୀରରେ ଅନେକ ଗମ୍ଭୀର ସମସ୍ୟା ରହିଥିବା ବେଳେ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ନେଇ ସ୍ପଷ୍ଟ କରିଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ । ସେହିଭଳି ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮କୁ ବୃଦ୍ଧି ପାଇଛି । ପୂର୍ବରୁ ରାଜ୍ୟରେ ୧୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଏହା ରାଜ୍ୟରେ ୧୮ ନମ୍ୱର୍ କରୋନା ମୃତ୍ୟୁ । ଅନ୍ୟପଟେ ରାଜ୍ୟରେ ରାଜ୍ୟରେ ଆଉ ୧୭୦  ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬,୩୫୦ରେ ପହଞ୍ଚିଛି।

Spread the love

Leave a Reply

Your email address will not be published. Required fields are marked *