ରାଜ୍ୟରେ କରୋନା ନେଲା ଆଉ ୧୨ ଜୀବନ

ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିଲେ ହେଁ ମୃତ୍ୟୁ ସଂଖ୍ୟା କମୁ ନାହିଁ। ଏହାରି ମଧ୍ୟରେ ଶନିବାର ଆଉ ୧୨ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୧୭୩୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ମୃତକଙ୍କ ମଧ୍ୟରେ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୪ ଜଣ ଥିବାବେଳେ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ଅନୁଗୋଳ ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ଢେଙ୍କାନାଳ, ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୭୭୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ସେଥିମଧ୍ୟରୁ ୬୨୫୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦୯୭୪୭ଜଣ ସୁସ୍ଥ ହୋଇ ଫେରିଛନ୍ତି । ସେହିପରି କରୋନାରେ ୧୭୩୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

Spread the love