ରାଜ୍ୟରେ କରୋନା ନେଲା ଆଉ ୧୬ ଜୀବନ

  • ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା ୧୬୮୭ରେ ପହଞ୍ଚିଲା

ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିଲେ ହେଁ ମୃତ୍ୟୁ ସଂଖ୍ୟା କମୁ ନାହିଁ । ଏହାରି ମଧ୍ୟରେ ବୁଧବାର ଆଉ ୧୬ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୧୬୮୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ମୃତକଙ୍କ ମଧ୍ୟରେ ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୪ ଜଣ ଥିବାବେଳେ ପୁରୀରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ଯାଜପୁର, ଗଞ୍ଜାମ, ଢେଙ୍କାନାଳ, କଟକ, ଭଦ୍ରକ, ବରଗଡ ଏବଂ ଅନୁଗୋଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୬୦୦୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୬୮୮୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦୭୩୭୪ଜଣ ସୁସ୍ଥ ହୋଇଛନ୍ତି ।

Spread the love