ରାଜ୍ୟରେ କରୋନା ନେଲା ଆଉ ୧୭ ଜୀବନ

  • ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା ୧୭୦୪ରେ ପହଞ୍ଚିଲା

ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିଲେ ହେଁ ମୃତ୍ୟୁ ସଂଖ୍ୟା କମୁ ନାହିଁ । ଏହାରି ମଧ୍ୟରେ ଗୁରୁବାର ଆଉ ୧୭ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୧୭୦୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ମୃତକଙ୍କ ମଧ୍ୟରେ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୫ ଜଣ ଥିବାବେଳେ ପୁରୀ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ଅନୁଗୋଳ ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ, କଳାହାଣ୍ଡି ଏବଂ ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୬୬୪୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୬୭୮୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦୮୧୦୨ଜଣ ସୁସ୍ଥ ହୋଇଛନ୍ତି । ସେହିପରି କରୋନାରେ ୧୭୦୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

Spread the love