ରାଜ୍ୟରେ କରୋନା ନେଲା ଆଉ ୪ ଜୀବନ

ଭୁବନେଶ୍ୱର : ରାଜ୍ୟରେ ରବିବାର ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ଆଉ ୪ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୧୭୩୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ମୃତକଙ୍କ ମଧ୍ୟରେ ବାଲେଶ୍ୱର, ଭୁବନେଶ୍ୱର, ଢେଙ୍କାନାଳ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୮୩୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୫୯୧୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୦୫୪୯ଜଣ ସୁସ୍ଥ ହୋଇଛନ୍ତି ।

Spread the love