ରାଜ୍ୟରେ କରୋନା ନେଲା ଆଉ ୫ ଜୀବନ

ଭୁବନେଶ୍ୱର : ରାଜ୍ୟରେ ସୋମବାର ଗତ ୨୪ ଘଂଟା ମଧ୍ୟରେ  ଆଉ ୫ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୧୭୩୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩ ଜଣ ଥିବାବେଳେ ନୂଆପଡା ଜିଲ୍ଲାରୁ ୨ ଜଣ ରହିଛନ୍ତି। ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୮୭୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୫୬୭୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୧୨୫୬ଜଣ ସୁସ୍ଥ ହୋଇଛନ୍ତି । ସେହିପରି କରୋନାରେ ୧୭୩୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

Spread the love