ରାଜ୍ୟରେ ଗୋଟିଏ ଦିନରେ ୫୯୪ କରୋନା ଆକ୍ରାନ୍ତ ଚିହ୍ନଟ

  • ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୭୨୩୯

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୫୯୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୭୨୩୯ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୩୦୮୮୩୯ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ମାମଲା ୬୬୨୯ ରହିଛି । ଆଜି ଚିହ୍ନଟ ହୋଇଥିବା ୫୯୪ ଜଣଙ୍କ ମଧ୍ୟରୁ ୩୪୩ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୫୧ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୯ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୫୬ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୩୭ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୩୪ ଜଣ, ବରଗଡ଼ରୁ ୧୪ ଜଣ, ଭଦ୍ରକରୁ ୧୧ ଜଣ, ବଲାଙ୍ଗୀରରୁ ୪୨ ଜଣ ରହିଛନ୍ତି । ‘ସେହିପରି ବୌଦ୍ଧ ଜିଲ୍ଲାରୁ ୩. କଟକରୁ ୫୫ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୨ ଜଣ, ଗଜପତିରୁ ଜିଲ୍ଲାରୁ ୧, ଗଞ୍ଜାମରୁ ୮ ଜଣ, ଜଗତ୍‌ସିଂହପୁରରୁ ୨୪ ଜଣ, ଯାଜପୁରରୁ ୧୦ ଜଣ, ଝାରସୁଗୁଡ଼ାରୁ ୨୭ ଜଣ, କଳାହାଣ୍ଡିରୁ ୨୦ ଜଣ, କନ୍ଧମାଳରୁ ୭ ଜଣ, କେନ୍ଦ୍ରାପଡ଼ାରୁ ୧୬ ଜଣ, କେନ୍ଦୁଝରରୁ ୧୯ ଜଣ, ଖୋର୍ଦ୍ଧାରୁ ୫୬ ଜଣ, କୋରାପୁଟରୁ କେହି ହେଲେ ସଂକ୍ରମିତ ହୋଇ ନାହାନ୍ତି । ମାଲକାନଗିରିରୁ ୬ ଜଣ କରୋନା ଆକ୍ରାନ୍ତ ଚିହ୍‌ନଟ ହୋଇଛନ୍ତି। ମୟୂରଭଞ୍ଜରୁ ୪୨ ଜଣ, ନବରଙ୍ଗପୁରରୁ ୧ ଜଣ, ନୟାଗଡ ଜିଲ୍ଲାରୁ ୪ ଜଣ, ନୂଆପଡ଼ାରୁ ୨୫ ଜଣ, ପୁରୀରୁ ୩୭ ଜଣ, ରାୟଗଡା ଜିଲ୍ଲାରୁ ୫ ଜଣ, ସମ୍ବଲପୁରରୁ ୧୭ ଜଣ, ସୋନପୁରରୁ ୩. ସୁନ୍ଦରଗଡ଼ରୁ ୫୫ ଜଣ ଓ ଷ୍ଟେଟ୍‌ପୁଲ୍‌ରୁ ୧୦ ଜଣ ଚିହ୍ନଟ ହୋଇଛନ୍ତି ।

Spread the love