ରାଜ୍ୟ ସରକାରଙ୍କ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଉପଦେଷ୍ଟା ତଥା ସାଇ ଇଂଟରନ୍ୟାସନାଲ ସ୍କୁଲର ଚେୟାରମ୍ୟାନ୍ ଡ. ବିଜୟ ସାହୁଙ୍କ ପରଲୋକ

ଭୁବନେଶ୍ୱର : ବିଶିଷ୍ଟ ଶିକ୍ଷାବିତ୍, ରାଜ୍ୟ ସରକାରଙ୍କ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଉପଦେଷ୍ଟା ତଥା ସାଇ ଇଂଟରନ୍ୟାସନାଲ ସ୍କୁଲର ଚେୟାରମ୍ୟାନ୍ ଡ. ବିଜୟ ସାହୁଙ୍କର ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଛି । ହାଇଦ୍ରାବାଦ ଏକ ଘରୋଇ ହସ୍ପିଟାଲରେ ବିଜୟ ସାହୁଙ୍କର ଚିକିତ୍ସା ଚାଲିଥଲା । ସେ କରୋନାରୁ ସୁସ୍ଥ ହୋଇଥିଲେ ମଧ୍ୟ ପରବର୍ତୀ ଜଟିଳତା ନେଇ ଗୁରୁତର ଥିଲେ । ପରେ ତାଙ୍କୁ ଉନ୍ନତମାନର ଚିକିତ୍ସା ପାଇଁ ହାଇଦ୍ରାବାଦକୁ ନିଆଯାଇଥିଲା । ତେବେ ସେଠାରେ ତାଙ୍କର ଦେହାନ୍ତ ହୋଇଛି ।

ବିଜୟ ସାହୁଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ , ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ , ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀରରଞ୍ଜନ ଦାଶ ଶୋକ ପ୍ରକାଶ କରିଛନ୍ତି ।

Spread the love