୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Spread the love

ଚାରିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମଙ୍ଗଳବାର ଦିଲ୍ଲୀରେ ହେବାକୁ ଥିବା ସେମିକନ କନଫରେନ୍ସରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ।

ପୁଣି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ଚାରିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମଙ୍ଗଳବାର ଦିଲ୍ଲୀରେ ହେବାକୁ ଥିବା ସେମିକନ କନଫରେନ୍ସରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ।

ସେପ୍ଟେମ୍ବର ମାସରେ ମୁଖ୍ୟମନ୍ତ୍ରୀ ଚାରିଦିନିଆ ଦିଲ୍ଲୀ ଗସ୍ତରେ ଯିବେ । ଦିଲ୍ଲୀରେ ହେବାକୁ ଥିବା ସେମିକନ କନଫେରେନ୍ସରେ ଯୋଗ ଦେବେ । ଏହାସହ ଅନ୍ୟ କାର୍ଯ୍ୟକ୍ରମରେ ଯୋଗ ଦେବାର ମଧ୍ୟ କାର୍ଯ୍ୟକ୍ରମ ରହିଛି । ସେହିପରି ଦିଲ୍ଲୀ ଗସ୍ତ ଅବସରରେ କିଛି କେନ୍ଦ୍ର ମନ୍ତ୍ରୀ ଓ କେନ୍ଦ୍ରୀୟ ନେତୃତ୍ୱଙ୍କୁ ଭେଟି ପାରନ୍ତି। ରାଜ୍ୟରେ ସାଂଗଠନିକ ସ୍ଥିତି ନେଇ ଆଲୋଚନା କରିପାରନ୍ତି ।

ସେହିପରି ରାଜ୍ୟରେ ଖାଲିପଡିଥିବା ମନ୍ତ୍ରୀ ପଦ ଓ ବିଭିନ୍ନ ନିଗମର ଅଧ୍ୟପ ପଦ ପୂରଣ ପାଇଁ ଆଲୋଚନା ହେବାର ସମ୍ଭାବନା ରହିଛି । ହେଲେ ଏନେଇ କୌଣସି ସଠିକ ସୂଚନା ମିଳିନାହିଁ । ରାଜ୍ୟରେ ଗତ ବର୍ଷେ ହେବ ୬ ମନ୍ତ୍ରୀ ପଦ ଓ ବିଭିନ୍ନ ନିଗମର ଅଧ୍ୟକ୍ଷ ପଦ ଖାଲିରହିଛି । ଯାହାକୁ ନେଇ ବିଭିନ୍ନ ସମୟରେ ରାଜ୍ୟ ବିଜେପି ସଭାପତି ମଧ୍ୟ ଦିଲ୍ଲୀ ଗସ୍ତ କରି କେନ୍ଦ୍ରୀୟ ନେତାଙ୍କୁ ସାକ୍ଷାତ କରି ସବିଶେଷ ଆଲୋଚନା କରିଥିଲେ ।


Discover more from Emerging Odisha

Subscribe to get the latest posts sent to your email.

Leave a Reply

Your email address will not be published. Required fields are marked *

Discover more from Emerging Odisha

Subscribe now to keep reading and get access to the full archive.

Continue reading