ଭୁବନେଶ୍ୱର,୩୦।୭: ରାଜ୍ୟରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଯାଏ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଜି ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଏଥିପାଇଁ ଅନେକ ଜିଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।
ମଙ୍ଗଳବାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହୋଇଛି। ଟୁଇନ ସିଟିରେ ମଧ୍ୟ ପ୍ରବଳ ଛେଚିଛି। ତେବେ ବୁଧବାର ମୟୂରଭଞ୍ଜ, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ଯାଜପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କଟକ , କେଉଁଝର ଆଦି ଜିଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ହୋଇପାରେ।
ସେହିପରି ବାଲେଶ୍ୱର, ଭଦ୍ରକ, ଜଗସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ଜିଲାକୁ ବଜ୍ରପାତ ଭୟ ରହିଛି। ଗୁରୁବାର ପର୍ଯ୍ୟନ୍ତ ଏହିସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।
Discover more from Emerging Odisha
Subscribe to get the latest posts sent to your email.