କଳାଧନ ପ୍ରସଙ୍ଗରେ ଆଜି କଟକରେ ଏସଆଇଟିର ଗୁରୁତ୍ବପୂର୍ଣ୍ଣ ବୈଠକ : ଅଧ୍ୟକ୍ଷତା କରିବେ ଜଷ୍ଟିସ୍ ଅରିଜିତ୍ ପଶାୟତ

Spread the love

ଆଜି ଏସ୍ଆଇଟିର ଗୁରୁତ୍ବପୂର୍ଣ୍ଣ ବୈଠକ । ଏସ୍‌ଆଇଟି ଉପାଧ୍ୟକ୍ଷ ଜଷ୍ଟିସ୍ ଅରିଜିତ ପଶାୟତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ଏହି ବୈଠକ । ଓଡ଼ିଶା ପୁଲିସ, ଭିଜିଲାନ୍ସ ବିଭାଗ, ଆୟକର ବିଭାଗ, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଓ ଅନ୍ୟ ତଦନ୍ତକାରୀ ଏଜେନ୍‌ସି ଗୁଡ଼ିକର ବରିଷ୍ଠ ଅଧିକାରୀମାନେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ବେଆଇନ ଅର୍ଥ କାରବାର ଓ କଳାଧନ ପ୍ରସଙ୍ଗରେ ଗୁରୁତ୍ବପୂର୍ଣ୍ଣ ଆଲୋଚନା ହେବ। ବିଭିନ୍ନ ବିଭାଗ ପକ୍ଷରୁ କଳାଧନ ପ୍ରସଙ୍ଗରେ କରାଯାଇଥିବା ତଦନ୍ତ ଓ ଅନୁସନ୍ଧାନର ସ୍ଥିତି ସଂପର୍କରେ ବୈଠକରେ ତଥ୍ୟ ଉପସ୍ଥାପନ କରାଯିବ ।


Discover more from Emerging Odisha

Subscribe to get the latest posts sent to your email.

Leave a Reply

Your email address will not be published. Required fields are marked *

Discover more from Emerging Odisha

Subscribe now to keep reading and get access to the full archive.

Continue reading