ଖୁସି ଖବର: କମିଲା ପେଟ୍ରୋଲ-ଡିଜେଲ ଦର

Spread the love

ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ପ୍ରମୁଖ ସହର ଗୁଡିକରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ପରିବର୍ତ୍ତନ ହୋଇଛି । କିଛି ସହରରେ ଦାମ ଅପରିବର୍ତ୍ତିତ ରହିଛି । ପ୍ରତିଦିନ ତେଲର ନୂଆ ଦର ନିର୍ଦ୍ଧାରଣ କରାଯାଇଥାଏ । ଆଉ ସେହି ଅନୁଯାୟୀ ଦେଶ ତଥା ରାଜ୍ୟମାନଙ୍କରେ ତୈଳ ଦର ନିର୍ଦ୍ଧାରଣ କରାଯାଇଥାଏ । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧.୧୧ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨. ୬୯ ପଇସା ରହିଛି ।

ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୭ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୭ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୫୦ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୦.୦୩ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୫. ୪୧ ଟଙ୍କା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୦୨ ପଇସା ରହିଛି ।  ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୯୩ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୫୨ ପଇସା ରହିଛି ।

ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ ।  ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।


Discover more from Emerging Odisha

Subscribe to get the latest posts sent to your email.

Leave a Reply

Your email address will not be published. Required fields are marked *

Discover more from Emerging Odisha

Subscribe now to keep reading and get access to the full archive.

Continue reading