ନବୀନ ନିବାସରେ ବଡ଼ ଭାଇ ପ୍ରେମ ପଟ୍ଟନାୟକ, ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ

Spread the love

ଭୁବନେଶ୍ୱର : ନବୀନ ନିବାସରେ ପ୍ରେମ ପଟ୍ଟନାୟକ । ଭୁବନେଶ୍ବରରେ ପହଞ୍ଚିଲେ ନବୀନ ପଟ୍ଟନାୟକଙ୍କ ବଡ଼ ଭାଇ ପ୍ରେମ ପଟ୍ଟନାୟକ । ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିବାକୁ ଆସିଛନ୍ତି ପ୍ରେମ ପଟ୍ଟନାୟକ। ଡିହାଇଡ୍ରେସନ କାରଣରୁ ରବିରାର ସଂଧ୍ୟା ପ୍ରାୟ ୫ଟା ୧୫ରେ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ । ପ୍ରାୟ ୭୭ ଘଣ୍ଟା ପରେ ସୁସ୍ଥ ହୋଇ ନବୀନ ନିବାସ ଫେରିଛନ୍ତି । ଶରୀରରେ ଜଳୀୟ ଅଂଶ କମିଯିବାରୁ ନବୀନଙ୍କର ସ୍ବାସ୍ଥ୍ୟଗତ ସମସ୍ୟା ଦେଖା ଦେଇଥିଲା । ତାଙ୍କ ଅସୁସ୍ଥତା ଖବର ପାଇ ବହୁ ରାଜନୈତିକ ନେତା ଓ ରାଜ୍ୟବାସୀ ତାଙ୍କର ଆଶୁ ଆରୋଗ୍ୟ କାମନା କରିଥିଲେ ।

ପ୍ରକାଶଯୋଗ୍ୟ, ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଗତ ଜୁଲାଇ ମାସରେ ମୁମ୍ବାଇର କୋକିଲାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ ପାଇଁ ଭର୍ତ୍ତି ହୋଇଥିଲେ । ତାଙ୍କର ଏକ ସଫଳ ଅସ୍ତ୍ରୋପଚାର କରାଯାଇଥିଲା ।


Discover more from Emerging Odisha

Subscribe to get the latest posts sent to your email.

Leave a Reply

Your email address will not be published. Required fields are marked *

Discover more from Emerging Odisha

Subscribe now to keep reading and get access to the full archive.

Continue reading