ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ବଡ଼ ଘୋଷଣା, ସରକାରୀ ବସ୍‌ରେ ମାଗଣା ସ୍କୁଲ୍ ଯାଇପାରିବେ ଛାତ୍ରଛାତ୍ରୀ

Spread the love

ଭୁବନେଶ୍ୱର : ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର । ଏଣିକି ସରକାରୀ ବସ୍‌ରେ ଛାତ୍ରଛାତ୍ରୀ ମାଗଣା ସ୍କୁଲ ଯାଇପାରିବେ। ପରିଚୟପତ୍ର ଦେଖାଇ ମାଗଣାରେ ଛାତ୍ରଛାତ୍ରୀ ସ୍କୁଲ ଯିବେ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି ।

ସେ ଆହୁରି କହିଛନ୍ତି ଯେ, ପ୍ରଥମରୁ ଦ୍ୱାଦଶ ପର୍ଯ୍ୟନ୍ତ ସବୁ ପିଲାଙ୍କୁ ମାଗଣାରେ ପାଠ୍ୟ ପୁସ୍ତକ ଦିଆଯିବ । ଭାରତୀୟ ଶିକ୍ଷାନୀତି ଅନୁଯାୟୀ, ପ୍ରାଥମିକ ଶିକ୍ଷାରେ ବ୍ୟାପକ ପରିବର୍ତ୍ତନ ହେବ । ଏନସିଇଆରଟି ଢାଞ୍ଚାରେ ଏସସିଇଆରଟିକୁ ବିକଶିତ କରିବାକୁ ପଦକ୍ଷେପ ନିଆଯିବ । ଗୁଣାତ୍ମକ ଶିକ୍ଷା ପ୍ରଦାନ ଉପରେ ଅଧିକ ଫୋକସ ଦିଆଯିବ ବୋଲି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି ।


Discover more from Emerging Odisha

Subscribe to get the latest posts sent to your email.

Leave a Reply

Your email address will not be published. Required fields are marked *

Discover more from Emerging Odisha

Subscribe now to keep reading and get access to the full archive.

Continue reading