ମୋହନ-ଧର୍ମେନ୍ଦ୍ର ଆଲୋଚନା: ନୂତନ ଶିକ୍ଷାନୀତି ଓ ଶିକ୍ଷାରେ ସଂସ୍କାର ନେଇ ହେଲା ମାନସ ମନ୍ଥନ

Spread the love

ଭୁବନେଶ୍ବର: ଆଜି ପୂର୍ବାହ୍‌ଣରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ତାଙ୍କ ସରକାରୀ ବାସଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ପ୍ରାୟ ଦେଢ଼ ଘଣ୍ଟା ଧରି ଦୁଇ ନେତା ଆଲୋଚନା କରିଥିବା ଜଣାପଡ଼ିଛି।  ଏହାପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ସୂଚନା ଦେଇ କହିଛନ୍ତି ଯେ ଆଜିର ଆଲୋଚନାରେ ଦେଶ ତଥା ଓଡ଼ିଶାର ଶିକ୍ଷା ବ୍ୟବସ୍ଥା, ନୂତନ ଶିକ୍ଷାନୀତି ଓ ଶିକ୍ଷାରେ ସଂସ୍କାର ଆଦି ବିଷୟ ସହ ଓଡ଼ିଶାରେ ଶିକ୍ଷା ଭିତ୍ତିଭୂମିର ଉନ୍ନତି ପାଇଁ ଆଗାମୀ ପଦକ୍ଷେପଗୁଡ଼ିକ ବିଷୟରେ ବିସ୍ତୃତ ଆଲୋଚନା ହୋଇଛି।

ବୈଠକ ପରେ କ୍ଷମତା କରିଡରରେ ଚର୍ଚ୍ଚା ଜୋର୍‌ ଧରିଲା

ସେହିପରି ଶ୍ରୀ ପ୍ରଧାନ ସାମାଜିକ ଗଣମାଧ୍ୟମରେ ସୂଚନା ଦେଇଛନ୍ତି ଯେ ମୁଖ୍ୟମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ ସମୟରେ ଓଡ଼ିଶାରେ ସ୍କୁଲ, ଗଣଶିକ୍ଷା ଏବଂ ଉଚ୍ଚଶିକ୍ଷା ବିଭାଗ ସହ ଜଡ଼ିତ ବିଭିନ୍ନ ବିଷୟରେ ଆଲୋଚନା କଲୁ। ଏହି ବୈଠକରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶାଶ୍ବତ ମିଶ୍ର, ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ମନୋଜ ସାହୁ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚିବ ଶାଲିନୀ ପଣ୍ଡିତ, ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନନ୍ୟା ଦାସ ପ୍ରମୁଖ ଉପସ୍ଥିତ ଥିଲେ। ବିଶ୍ବସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଶିକ୍ଷା ବ୍ୟବସ୍ଥା ନେଇ ଦୁଇ ନେତା ଅଧିକାରୀଙ୍କ ଉପସ୍ଥିତିରେ ଆଲୋଚନା କରିବା ପରେ କିଛି ସମୟ ଏକାନ୍ତରେ ଆଲୋଚନା କରିଥିଲେ। ଯାହା ଏବେ କ୍ଷମତା କରିଡର ଏବଂ ବିଜେପି ନେତାଙ୍କ ମହଲରେ ଚର୍ଚ୍ଚାର ବିଷୟ ପାଲଟିଛି।


Discover more from Emerging Odisha

Subscribe to get the latest posts sent to your email.

Leave a Reply

Your email address will not be published. Required fields are marked *

Discover more from Emerging Odisha

Subscribe now to keep reading and get access to the full archive.

Continue reading