ନୂଆଦିଲ୍ଲୀ,୧ା୯: ଚାଇନାର ତିଆଞ୍ଜିନ୍ରେ SCO ସମ୍ମିଳନୀ ଆରମ୍ଭ ହୋଇଛି। ଏହି ମହାସମ୍ମିଳନୀରେ ଯୋଗଦେଇ ପୁଣି ଆତଙ୍କବାଦ ପ୍ରସଙ୍ଗ ଉଠାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଶାନ୍ତି ପ୍ରତିଷ୍ଠା ଦିଗରେ ଆତଙ୍କବାଦ ସବୁଠୁ ବଡ଼ ପ୍ରତିବନ୍ଧକ ବୋଲି କହିଛନ୍ତି ମୋଦି। ସୁରକ୍ଷା, ଶାନ୍ତି ଓ ସ୍ଥିରତା ଯେ କୌଣସି ଦେଶର ବିକାଶ ପାଇଁ ଜରୁରୀ। କିନ୍ତୁ ଆତଙ୍କବାଦ ଏସବୁ ପାଇଁ ସବୁଠୁ ବଡ଼ ପ୍ରତିବନ୍ଧକ। ଆତଙ୍କବାଦ ବିରୋଧରେ ଜିରୋ ଟଲେରାନ୍ସ ନୀତି ଆପଣେଇବା ଉଚିତ। ସେ ଆହୁରି ମଧ୍ୟ କହିଛନ୍ତି, ଦୀର୍ଘ ଦଶନ୍ଧିରୁ ଭାରତ ଆତଙ୍କବାଦର ପୀଡ଼ା ସହିଛି। ନିକଟରେ ପହଲଗାମ ଆତଙ୍କବାଦୀ ଆକ୍ରମଣ ଏହାର ଉଦାହରଣ। ତେଣୁ ସମସ୍ତଙ୍କୁ ଏକାଠି ହୋଇ ଆତଙ୍କବାଦ ବିରୋଧରେ ଲଢ଼ିବାକୁ ହେବ ବୋଲି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ।
ଏହି ମହାସମ୍ମିଳନୀରେ ଏକାଠି ହୋଇଛନ୍ତି ୩ ମହାଶକ୍ତି। ଗୋଟିଏ ମଞ୍ଚରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗ ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ଏକାଠି ହୋଇଛନ୍ତି। ଏହି ୩ ନେତା ପରସ୍ପର ସହ ହାତ ମିଳାଇ ଅଭିନନ୍ଦନ ଜଣାଇଛନ୍ତି।
Discover more from Emerging Odisha
Subscribe to get the latest posts sent to your email.