ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍: ୧୦ଟି ସ୍ଥାନରେ ଏକକାଳୀନ ଚଢାଉ

Spread the love

ଭୁବନେଶ୍ୱର,୨୯।୭: ସଡକ ଓ ଗୃହ ନିର୍ମାଣ (R&B) ଡିଭିଜନ୍‌ର ସହକାରୀ ଯନ୍ତ୍ରୀ ରାଜକିଶୋର ଜେନାଙ୍କ ଘରେ ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। ମଙ୍ଗଳବାର ଭିଜିଲାନ୍ସ ଟିମ୍‌ ଏକକାଳୀନ ଭାବେ ୧୦ଟି ସ୍ଥାନରେ ତଦନ୍ତ କରିଛି।

ଭୁବନେଶ୍ୱରର ଗାଲେରିଆ ଓ ସିମ୍ଫୋନୀ ମଲ୍‌ ସମେତ ନୟାଗଡ଼ର ବିଭିନ୍ନ ସ୍ଥାନରେ ଏହି ତଲାସୀ ଚାଲିଛି। ଭୁବନେଶ୍ୱର ଭିଜିଲାନ୍ସର ମାନ୍ୟବର ବିଶେଷ ବିଚାରପତିଙ୍କ ୱାରେଣ୍ଟ ଆଧାରରେ ୭ ଜଣ ଡିଏସପି, ୫ ଜଣ ଇନ୍ସପେକ୍ଟର, ୧ ଜଣ ଏସଆଇ, ୧୧ ଜଣ ଏଏସଆଇ ଓ ଅନ୍ୟାନ୍ୟ ସହଯୋଗୀ କର୍ମଚାରୀ ଏହି ଅଭିଯାନରେ ଅଂଶଗ୍ରହଣ କରିଛନ୍ତି।

ଭିଜିଲାନ୍ସ ଟିମ୍‌ ରାଜକିଶୋର ଜେନାଙ୍କ ବାସଭବନ ଓ ସମ୍ପର୍କୀୟ ସ୍ଥାନଗୁଡ଼ିକରେ ସମ୍ପତ୍ତି ସମ୍ପର୍କିତ ଦଲିଲ ଓ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସଂଗ୍ରହ କରୁଛି। ତଦନ୍ତ ପ୍ରକ୍ରିୟା ଜାରି ରହିଛି ଏବଂ ଏହା ସମ୍ପର୍କରେ ଅଧିକ ତଥ୍ୟ ଏପର୍ଯ୍ୟନ୍ତ ପ୍ରକାଶ ପାଇନାହିଁ।


Discover more from Emerging Odisha

Subscribe to get the latest posts sent to your email.

Leave a Reply

Your email address will not be published. Required fields are marked *

Discover more from Emerging Odisha

Subscribe now to keep reading and get access to the full archive.

Continue reading