24 ଘଣ୍ଟାରେ ୯ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ବର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା । ୯ ଜିଲ୍ଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମକୁ ସତର୍କ ସୂଚନା ଜାରି କଲା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ସେହିପରି ବଜ୍ରପାତ ସହ ବର୍ଷା ପାଇଁ ୨୦ ଜିଲ୍ଲାକୁ ମଧ୍ୟ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଏହି ୨୦ ଜିଲ୍ଲା ଗୁଡିକ ହେଲା ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡା, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର । ସେପଟେ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ଜାରି ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

Spread the love