କୋଟିଆରୁ ସୁଭଦ୍ରା ତୃତୀୟ କିସ୍ତି ଟଙ୍କା ବାଣ୍ଟିବେ ସରକାର । କୋଟିଏରୁ ଉର୍ଦ୍ଧ୍ୱ ହିତାଧିକାରୀଙ୍କୁ ଏକକାଳୀନ ଯିବ ସୁଭଦ୍ରା ଟଙ୍କା । ୯ ତାରିଖରେ ମିଳିବ ସୁଭଦ୍ରାର ତୃତୀୟ କିସ୍ତି । ଏହା ପୂର୍ବରୁ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିଥିଲା ଗୁରୁତ୍ୱପୁର୍ଣ ବୈଠକ । ସୁଭଦ୍ରା ସମ୍ପର୍କିିତ ବିଭିନ୍ନ ଦିଗକୁ ନେଇ ଷ୍ଟିଅରିଙ୍ଗ କମିଟି ବୈଠକରେ ଆଲୋଚନା ହୋଇଛି । ଆଗକୁ ସୁଭଦ୍ରା ଯୋଜନାରେ ହିତାଧିକାରୀଙ୍କୁ ନୂଆ ଯୋଡାଯିବା ନେଇ ବି ବୈଠକରେ ଆଲୋଚନା ହୋଇଛି ।
ଲୋକଙ୍କ ଫିଡ୍ ବ୍ୟାକ ଉପରେ ଗୁରୁତ୍ୱ ଦେଉଛନ୍ତି ସରକାର । ସୁଭଦ୍ରା ଟଙ୍କା ମହିଳାମାନେ କିପରି ବ୍ୟବହାର କରୁଛନ୍ତି ଏହା ଉପରେ ମତାମତ ନେବାକୁ ଷ୍ଟିଅରିଙ୍ଗ କମିଟିରେ ନିଷ୍ପତ୍ତି ହୋଇଛି । ଏହା ସହ ୨୧ ବର୍ଷ ହେବା ପରେ ନୂଆ ସାମିଲ ହେବେ ଓ ମାର୍ଚ୍ଚ ୩୦ ସୁଦ୍ଧା ୬୦ ବର୍ଷ ଅତିକ୍ରମ କରିଥିଲେ ଯୋଜନାରୁ ବାଦ ପଡ଼ିବେ ।
ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଆସିଲା ଖୁସି ଖବର । ଯୋଜନାର ତୃତୀୟ କିସ୍ତି ଟଙ୍କା ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଅଗଷ୍ଟ ୯ ତାରିଖରେ ଦିଆଯିବ । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ଏହାସହ ଯୋଜନାର ଲାଭ ପାଇଁ ଆବେଦନ କରି ବାଦ ପଡ଼ିଥିବା ୨ ଲକ୍ଷ ମହିଳାଙ୍କ ଆବେଦନ ଉପରେ ପୁଣି ସର୍ଭେ କରାଯାଇ ସେମାନଙ୍କ ମଧ୍ୟରୁ ଯୋଗ୍ୟ ହିତାଧିକାରୀଙ୍କୁ ଟଙ୍କା ପ୍ରଦାନ କରିବେ ସରକାର ।
ସୂଚନା ଥାଉ କି ରାଜ୍ୟର ବିଜେପି ସରକାର ମହିଳାମାନଙ୍କ ଆର୍ଥିକ ବିକାଶ ପାଇଁ ସୁଭଦ୍ରା ଯୋଜନା ଲାଗୁ କରିଛନ୍ତି । ଏହି ଯୋଜନା ଅଧିନରେ ଏବେ ରାଜ୍ୟର ୧ କୋଟିରୁ ଅଧିକ ମହିଳା ପ୍ରତି ୬ ମାସରେ ୫ ହଜାର ଟଙ୍କା ପାଉଛନ୍ତି । ଯାହା ରାଜ୍ୟର ମହିଳା ମାନଙ୍କ ବିକାଶରେ ସହାୟକ ହେଉଥିବା ସରକାର କହୁଛନ୍ତି ।
Discover more from Emerging Odisha
Subscribe to get the latest posts sent to your email.