ଆସନ୍ତା ୨୯ ଯାଏଁ ପ୍ରବଳ ବର୍ଷିବ, ଆଜିଠୁ ବଢ଼ିବ ବର୍ଷା ପରିମାଣ

Spread the love

ଭୁବନେଶ୍ୱର : ଲଘୁଚାପ ଆଣୁଛି ବଡ଼ ବର୍ଷା । ଉତ୍ତରପଶ୍ଚିମ ବଙ୍ଗୋପସାଗରର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ । ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଭିତରେ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି । ଲଘୁଚାପ ଯୋଗୁଁ ୩ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ । କିଛି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ ।

ଆଜିଠୁ ବଢ଼ିବ ବର୍ଷା ପରିମାଣ । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଗଜପତି ଓ ରାୟଗଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ପ୍ରବଳ ବର୍ଷା ସମ୍ଭାବନା ଥିବା ୭ ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି । ୩୦ ତାରିଖରୁ ପୁଣି ବର୍ଷା ପରିମାଣ କମିବ ।


Discover more from Emerging Odisha

Subscribe to get the latest posts sent to your email.

Leave a Reply

Your email address will not be published. Required fields are marked *

Discover more from Emerging Odisha

Subscribe now to keep reading and get access to the full archive.

Continue reading