ରାଜ୍ୟରେ କରୋନା ନେଲା ଆଉ ୨୧ ଜୀବନ

ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ଏବେ ଉପରମୁହାଁ । ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ବୁଧବାର ଗତ ୨୪ ଘଂଟା ମଧ୍ୟରେ ୧୧ହଜାର ୦୯୯ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୨୧ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ମୃତକଙ୍କ ମଧ୍ୟରୁ କଳାହାଣ୍ଡିରୁ ୩ ଜଣ ରହିଥିବା ବେଳେ ଖୋର୍ଦ୍ଧା, କୋରାପୁଟ, ମୟୂରଭଞ୍ଜ, ସମ୍ବଲପୁର ଓ ସୁନ୍ଦରଗଡ଼ରୁ ୨ ଲେଖାଏଁ ଏବଂ କେନ୍ଦୁଝର, ନୟାଗଡ଼, ନୂଆପଡ଼ା, ପୁରୀ, କନ୍ଧମାଳ, କଟକ, ବଲାଙ୍ଗୀର, ବରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୨୩୭୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୬,୪୪,୪୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୫,୩୬,୫୯୫ଜଣ ସୁସ୍ଥ ହୋଇଥିବା ବେଳେ ୧ଲକ୍ଷ ୦୫ହଜାର ୩୭୫ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୨୩୭୮ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।

Spread the love