ମେ ୪ ଯାଏଁ କାଳବୈଶାଖୀ ସମ୍ଭାବନା, ୨୪ ଘଂଟା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ରାଜ୍ୟର ଦକ୍ଷିଣ ଓ ଆଭ୍ୟନ୍ତରୀଣ ଜିଲ୍ଲାଗୁଡିକରେ ଆସନ୍ତା ୨୪ ଘଂଟା ମଧ୍ୟରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି ।
ଗୁରୁବାର ଅପରାହ୍ନ ୧ଟା ୩୦ଘଂଟାରୁ ଆସନ୍ତାକାଲି (ଶୁକ୍ରବାର) ସକାଳ ୮ଟା୩୦ ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ ଓ ଯାଜପୁର ପ୍ରଭୃତି ୮ଟି ଜିଲ୍ଲାର ଅନେକ ସ୍ଥାନରେ ବଜ୍ରପାତ ଏବଂ କୁଆପଥର ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ୮ଜିଲ୍ଲାକ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ସେହିପରି ଏହି ସମୟ ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ, ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ଅଧିକ ରହିଛି ବୋଲି ଜାରି ସତର୍କ ସୂଚନାରେ କହିଛି ପାଣିପାଗ କେନ୍ଦ୍ର । କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇପାରେ ।

ସେହିପରି ୩୦ରୁ ୧ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର ଓ ମୟୁରଭଂଜ ଜିଲ୍ଲା କୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମେ ୧ ତାରିଖରୁ ୨ ତାରିଖ ମଧ୍ୟରେ ଦେବଗଡ, କେନ୍ଦୁଝର, ମୟୁରଭଂଜ, ମାଲକାନଗିରି, କୋରାପୁଟ ,ରାୟଗଡା, ଗଜପତି ଓ କନ୍ଧମାଳ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଥିବାରୁ ୟେଲେଶ ୱାର୍ଣ୍ଣି ଜାରି କରାଯାଇଛି । ଏହି ସମୟ ମଧ୍ୟରେ ଘଂଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ମଧ୍ୟ ବହିପାରେ । ଏହା ବ୍ୟତୀତ ୨ ରୁ ୩ ତାରିଖ ମଧ୍ୟରେ କେନ୍ଦୁଝର, ମୟୁରଭଂଜ, ଯାଜପୁର , କନ୍ଧମାଳ , ଗଜପତି . ମାଲକାନଗିରି, କୋରାପୁଟ, ରାୟଗଡା, ନୟାଗଡ, ଦେବଗଡ, ବାଲେଶ୍ୱର , ଭଦ୍ରକ, ଅନୁଗୁଳ , ଢେଙ୍କାନାଳ ଓ କେନ୍ଦ୍ରାପଡା ଜିଲ୍ଲାରେ ପ୍ରବଳ ବେଗରେ ପବନ ବହିବା ସହ ବଜ୍ରପାତ ସମ୍ଭାବନା ରହିଛି । ୩ରୁ ୪ ତାରିଖ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଗଜପତି, ଗଂଜାମ, ଖୋର୍ଦ୍ଧା , ପୁରୀ, ନୟାଗଡ, କେନ୍ଦୁଝର, ମୟୁରଭଂଜ, ଢେଙ୍କାନାଳ, କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡା, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ବଜ୍ରପାତ ସହ ଘଂଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିପାରେ । ଏହି ସମୟ ମଧ୍ୟରେ କୋରାପୁଟ , ନବରଙ୍ଗପୁର, ମାଲକାନଗିରି ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Spread the love