ଦୈନିକ ରାଶିଫଳ (ମଙ୍ଗଳବାର, ୬/୪/୨୦୨୧)

ମେଷ: ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତି ମିଳିପାରେ । କର୍ମରେ ଏକାଗ୍ରତା, ଆନ୍ତରିକତା ଭାବ ପ୍ରକାଶ ପାଇବ ଓ ଯେ କୌଣସି କାମ ଆଜି ହାତକୁ ନେବେ ସେଥିରେ ଶତ ପ୍ରତିଶତ ସଫଳତା ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଓ ବ୍ୟବସାୟରେ ଅଧିକ ମୂଳଧନ ଖଟାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ମନୋନିବେଶ କରିବେ । ମହିଳାମାନଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଶୁଭରଙ୍ଗ-ହଳଦିଆ, ଶୁଭସଂଖ୍ୟା-୩, ଆରାଧନା-ମା’ ବଗଳାମୁଖୀ ।

ବୃଷ: ଆର୍ଥିକ ଅବସ୍ଥାରେ ଅବନତି, ଭାଗ୍ୟରେ ବିପର୍ଯ୍ୟୟ, ପରିବାରରେ ଅଶାନ୍ତି ଓ ମାନ ସମ୍ମାନ ହାନି ଘଟିବ । ରାଜନୈତିକ ବ୍ୟକ୍ତିଙ୍କ ପାଇଁ ଦିନଟି ଅଶୁଭ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସ୍ୱଳ୍ପ ଆୟ ଏବଂ ବ୍ୟବସାୟ ଉପରୁ ଆଗ୍ରହ କମିଯିବ । କର୍ମରେ ସମ୍ମାନହାନି ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ରୋହିଣୀ ବୃଷ ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ । ମହିଳାମାନେ ଦୁଃଖୀ ହେବେ । ଶୁଭରଙ୍ଗ-ନୀଳ, ଶୁଭସଂଖ୍ୟା-୧୨, ଆରାଧନା-ମା’ କମଳା ।

ମିଥୁନ: ସତ୍‌ ଚିନ୍ତା, ସତ୍‌ ଭାବନା ମନରୁ ଲୋପ ପାଇବ । ମନରେ ହତାଶା ଓ ଅସ୍ଥିରତା ଭାବ ପ୍ରକାଶ ପାଇବ । ଅଷ୍ଟମ ଚନ୍ଦ୍ର ହେତୁ ବାଦବିବାଦ, ସ୍ୱାସ୍ଥ୍ୟ ଓ ଦୁର୍ଘଟଣା ପ୍ରତି ସତର୍କ ହେବେ । ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ହେବ । କର୍ମରେ ବାଧାବିଘ୍ନ ଓ କର୍ମ ପ୍ରତି ଆଳସ୍ୟତା ବୃଦ୍ଧି ପାଇବ । ଯେଉଁମାନଙ୍କର ପୁନର୍ବସୁ ମିଥୁନ ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ । ମହିଳାମାନେ ପରିବାରରେ ଅଶାନ୍ତି ସୃଷ୍ଟି କରିବେ । ଶୁଭରଙ୍ଗ-ମେରୁନ୍‌, ଶୁଭସଂଖ୍ୟା-୪, ଆରାଧନା-ମା’ ଭୈରବୀ ।

କର୍କଟ: ମୂଲ୍ୟବାନ ଧାତୁ, ବସନଭୂଷଣ କ୍ରୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ସ୍ତ୍ରୀହେତୁକ ଧନପ୍ରାପ୍ତି ହେବ । ପରିବାର ସହିତ ହସଖୁସିରେ ଦିନଟି କାଟିବେ ଏବଂ ପରିବାରରେ ସ୍ୱର୍ଗସୁଖ ପ୍ରାପ୍ତି ହେବ । କର୍ମରେ ସଫଳତା, ମାନସମ୍ମାନ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଳସ୍ୟତା କରିବେ । ମହିଳାମାନେ ସ୍ୱାମୀ ଅନୁରକ୍ତା ହେବେ । ଶୁଭରଙ୍ଗ-ହଳଦିଆ, ଶୁଭସଂଖ୍ୟା-୭, ଆରାଧନା-ମା’ ସମଲେଶ୍ୱରୀ ।

ସିଂହ : ଘାତଚନ୍ଦ୍ର ହେତୁ ବାଦବିବାଦ, ସ୍ୱାସ୍ଥ୍ୟ ଓ ଜଗିରଖି କଥାବାର୍ତ୍ତା କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । କର୍ମରେ ବାଧା ଓ କର୍ମସ୍ଥାନରେ ଅଶାନ୍ତି ଦେଖାଦେବ । ବିନା କାରଣରେ ଶତ୍ରୁବୃଦ୍ଧି ଘଟିବ ଓ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଯିବ । ପରିବାରରେ ଅଶାନ୍ତି ଓ ପଡ଼ୋଶୀଙ୍କ ସହ ବିବାଦ ଦେଖାଦେବ । ଯେଉଁମାନଙ୍କର ପୂର୍ବ ଫାଲଗୁନୀ ସିଂହ ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମ ପ୍ରତି ବିମୁଖ ହେବେ । ମହିଳାମାନେ ଶିରପୀଡ଼ା ଯନ୍ତ୍ରଣା ଭୋଗିବେ । ଶୁଭରଙ୍ଗ-ଗୋଲାପୀ, ଶୁଭସଂଖ୍ୟା-୩, ଆରାଧନା-ପ୍ରଭୁ ଗଜାନନ ।

କନ୍ୟା: ମାନ ସମ୍ମାନ ହାନି ଓ ନିଜର ପ୍ରିୟବନ୍ଧୁଙ୍କ ସହ ମତାନ୍ତର ହୋଇପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । ବହୁ ପରିଶ୍ରମରେ କର୍ମରେ ସ୍ୱଳ୍ପ ଫଳପ୍ରାପ୍ତି ହେବ । ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ ଓ ସନ୍ତାନମାନେ ଅବମାନନା କରିବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ଅନାଗ୍ରହୀ ହେବେ । ମହିଳାମାନେ ଦୁଃଖୀ ହେବେ । ଶୁଭରଙ୍ଗ-ଆକାଶିଆ, ଶୁଭସଂଖ୍ୟା-୬, ଆରାଧନା-ମା’ ଛିନ୍ନମସ୍ତା ।

ତୁଳା : ଆର୍ଥିକ ଅବସ୍ଥା ସୁଦୃଢ଼ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅଧିକ ହେବ । ମୂଲ୍ୟବାନ ଧାତୁ, ଭୂମି କିମ୍ବା ଯାନବାହନ କ୍ରୟ କରିବେ । ଉଚ୍ଚ ପଦବୀ, ସମ୍ମାନ ଓ କୌଣସି ସଙ୍ଗଠନର ନେତୃତ୍ୱ ନେବେ । କର୍ମରେ ସଫଳତା, ପଦସ୍ଥ କର୍ମ•ରୀଙ୍କ କୃପା ଓ ପ୍ରମୋଶନ ମିଳିପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଆମୋଦପ୍ରମୋଦରେ ମନ ଦେବେ । ମହିଳାମାନେ ବନ୍ଧୁଚର୍ଚ୍ଚା କରିବେ । ଶୁଭରଙ୍ଗ-ଧଳା, ଶୁଭସଂଖ୍ୟା-୧୨, ଆରାଧନା-ମା’ ଲକ୍ଷ୍ମୀ ।

ବିଛା : ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତି ମିଳିପାରେ । କର୍ମରେ ଉନ୍ନତି କରିବା ପାଇଁ ଯୋଜନା କରିବେ ଓ ସେଥିରେ ସଫଳ ହେବା ନିମନ୍ତେ ଉଦ୍ୟମ ଜାରି ରଖିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅଧିକ ହେବ ଏବଂ କୌଣସି ଅର୍ଥ ଲଗାଣକାରୀ ସଂସ୍ଥାରେ ଧନ ବିନିଯୋଗ କରିବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ଧ୍ୟାନ ଦେବେ । ମହିଳାମାନେ ପରିବାରର ସେବାରେ ବ୍ରତୀ ହେବେ । ଶୁଭରଙ୍ଗ-ଗୋଲାପୀ, ଶୁଭସଂଖ୍ୟା-୬, ଆରାଧନା-ମା’ ଚଣ୍ଡୀ ।

ଧନୁ: ଆର୍ଥିକ ଅବସ୍ଥା ବିଗିଡ଼ିଯିବ । ଧନକ୍ଷତି ଓ ବାଣିଜ୍ୟ, ବ୍ୟବସାୟରେ କ୍ଷତି ଦେଖାଦେବ । କର୍ମରେ ଆଳସ୍ୟତା ଓ ଅନାଗ୍ରହ ଭାବ ଜାଗ୍ରତ ହେବ ଏବଂ ସମସ୍ତ କର୍ମରେ ବାଧାବିଘ୍ନ ଦେଖାଦେବ । ମାନସିକ ଅସ୍ଥିରତା, ପରିବାରରେ ବିବାଦ ଓ ଶାରୀରିକ ପୀଡ଼ା ଭୋଗିବେ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମଠାରୁ ଦୂରେଇଯିବେ । ମହିଳାମାନେ ବଦଖର୍ଚ୍ଚି ହେବେ । ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୯, ଆରାଧନା- ମା’ ଧୂମାବତୀ ।

ମକର: ଘାତବାର ଓ ଶ୍ରୀଚନ୍ଦ୍ର ହେତୁ ଘାତବାରର ପ୍ରଭାବ କମ୍‌ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । କର୍ମରେ ସଫଳତା, ପ୍ରଶଂସା ଓ ସମସ୍ତଙ୍କର ପ୍ରିୟପାତ୍ର ହେବେ । ଧନ, ମାନ, ସମ୍ମାନ ଓ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଘାତବାର ହେତୁ ସାମାନ୍ୟ ଶାରୀରିକ ପୀଡ଼ା ଭୋଗିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସମ୍ମାନ ଲାଭ କରିବେ । ମହିଳାମାନେ ପରିବାରକୁ ସମୟ ଦେବେ । ଶୁଭରଙ୍ଗ-ଧୂସର, ଶୁଭସଂଖ୍ୟା-୬, ଆରାଧନା-ମା’ ବିମଳା ।

କୁମ୍ଭ: ଅପବ୍ୟୟ, ଅପବାଦ ଓ ଅପଯଶ ମୁକ୍ତ ହେବେ । ଅଟକିଥିବା କାମ, ଭୁଲ ଭଟକା କାମର ସଂଶୋଧନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ସଫଳତା ଓ ବନ୍ଦ ହୋଇଥିବା କାମ ସୁରୁଖୁରୁରେ ସମ୍ପାଦନ କରିବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ଉଦ୍‌ଯୋଗ କରିବେ । ମହିଳାମାନେ ସୌଭାଗ୍ୟବତୀ ହେବେ । ଶୁଭରଙ୍ଗ- ଧୂସର, ଶୁଭସଂଖ୍ୟା-୩, ଆରାଧନା-ମା’ ଦୁର୍ଗା ।

ମୀନ: ସମସ୍ତ କର୍ମରେ ସଫଳତା ଆଜି ଆପଣଙ୍କୁ ପ୍ରାପ୍ତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅଧିକ ହେବ ଏବଂ କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ହେବ । ଅନ୍ୟକୁ ଦେଇଥିବା ଧନ ଫେରିପାଇବେ ଓ ଆର୍ଥିକ ଅବସ୍ଥା ସୁଦୃଢ଼ ହେବ । କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ କର୍ମରେ ଉନ୍ନତି ଦେଖାଦେବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଶୃଙ୍ଖଳିତ ହେବେ । ମହିଳାମାନେ ଆୟର ପନ୍ଥା ନିରୂପଣ କରିବେ । ଶୁଭରଙ୍ଗ-ଧଳା, ଶୁଭସଂଖ୍ୟା-୯, ଆରାଧନା-ପ୍ରଭୁ ଶ୍ରୀଜଗନ୍ନାଥ ।

Spread the love