ଦୈନିକ ରାଶିଫଳ (ରବିବାର, ୧୮/୪/୨୦୨୧)

ମେଷ: ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ଓ ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ । ନୂତନ ବ୍ୟବସାୟ କିମ୍ବା ବ୍ୟବସାୟ ସମ୍ପ୍ରସାରଣର ଉଦ୍ୟମ କରିବେ । କର୍ମରେ ସଫଳତା ଓ ଦରମାରେ କିଛି ବୃଦ୍ଧି ଘଟିପାରେ । ନୂତନ ଗୃହ ନିର୍ମାଣ, ଭୂମି କ୍ରୟ କରିପାରନ୍ତି କିମ୍ବା କୌଣସି ଲାଭଜନକ ସଂସ୍ଥାରେ ଧନ ବିନିଯୋଗ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ଆଳସ୍ୟତା କରିବେ । ମହିଳାମାନେ ଘରକରଣା ଦ୍ରବ୍ୟ କ୍ରୟ କରିବେ । ଶୁଭରଙ୍ଗ-ହଳଦିଆ, ଶୁଭସଂଖ୍ୟା-୩, ଆରାଧନା-ପ୍ରଭୁ ହନୁମାନ ।

ବୃଷ: ସ୍ୱଜନ, ପ୍ରିୟଜନ, ବନ୍ଧୁ ଓ ପଡ଼ୋଶୀଙ୍କ ସହ ସୁସମ୍ପର୍କ ଏବଂ ସର୍ବଜନ ଆଦୃତ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । ମଉଜ, ମଜଲିସରେ ଆଜି ବହୁତ ସମୟ ଦେବେ । କର୍ମରେ ସଫଳତା ଓ ସମସ୍ତଙ୍କର ପ୍ରିୟପାତ୍ର ହେବେ । ପରିବାରରେ ସୁଖଶାନ୍ତିର ପରିବେଶ ରହିବ ଓ ଲକ୍ଷ୍ମୀଙ୍କର କୃପା ଆଜି ଆପଣଙ୍କ ଉପରେ ରହିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ବୁଲାବୁଲିରେ ମନଦେବେ । ମହିଳାମାନେ ପରିବାର ସେବାରେ ବ୍ରତୀ ହେବେ । ଶୁଭରଙ୍ଗ-ନୀଳ, ଶୁଭସଂଖ୍ୟା-୧୨, ଆରାଧନା-ମା’ ଗାୟତ୍ରୀ ।

ମିଥୁନ: ଆୟଠାରୁ ବ୍ୟୟ ଅଧିକ ରହିବ । ଅଯଥା ଖର୍ଚ୍ଚାନ୍ତରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ହେବ । ବ୍ୟବସାୟ କର୍ମରେ ଦୂର ଯାତ୍ରା କରିବେ । କର୍ମରେ ବିଶେଷ ସଫଳତା ମିଳିବାର ଆଶା ବହୁତ କମ୍‌ । ଠିକ୍‌ ନିଷ୍ପତ୍ତି ନେବାରେ ବିଳମ୍ବ ଓ ଅନୁଚିତ କର୍ମ ପ୍ରତି ଆଗ୍ରହ ଜାତ ହେବ । ପରିବାରର କୌଣସି ସଦସ୍ୟଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ ଏବଂ ମନ ଅସ୍ଥିର ରହିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଳସ୍ୟତା କରିବେ । ମହିଳାମାନେ ଧନକ୍ଷତି କରିବେ । ଶୁଭରଙ୍ଗ-ମେରୁନ୍‌, ଶୁଭସଂଖ୍ୟା-୪, ଆରାଧନା-ମା’ ଷୋଡ଼ଶୀ ।

କର୍କଟ: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅଧିକ ହେବ । ଆର୍ଥିକ ସ୍ଥିତି ଭଲ ରହିବ । ଆୟ ଅଧିକ କରିବା ପାଇଁ ନୂତନ କଳାକୌଶଳ ଆପଣାଇବେ । କର୍ମରେ ସଫଳତା, ଦରମାରେ କିଛି ବୃଦ୍ଧି କିମ୍ବା ପଦୋନ୍ନତି ମିଳିପାରେ । ମୂଲ୍ୟବାନ ଧାତୁ, ଭୂମି କ୍ରୟ କରିପାରନ୍ତି କିମ୍ବା ଗୃହ ନିର୍ମାଣ କର୍ମ ଆରମ୍ଭ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ଧ୍ୟାନ ଅଧିକ ଦେବେ । ମହିଳାମାନେ ସଞ୍ଚୟ କରିବାରେ ରୁଚି ରଖିବେ । ଶୁଭରଙ୍ଗ-ହଳଦିଆ, ଶୁଭସଂଖ୍ୟା-୭, ଆରାଧନା-ମା’ ଭୁବନେଶ୍ୱରୀ ।

ସିଂହ : ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତି ମିଳିପାରେ । କର୍ମରେ ଉନ୍ନତି କରିବା ପାଇଁ ଯୋଜନା କରିବେ ଓ ସେଥିରେ ସଫଳ ହେବା ନିମନ୍ତେ ପ୍ରୟାସ ଜାରି ରଖିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । ଦେହ, ମନ ସୁସ୍ଥ ରହିବ ଓ ପରିବାରରେ ହସଖୁସିର ପରିବେଶ ରହିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଉଦ୍‌ଯୋଗ କରିବେ । ମହିଳାମାନଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଶୁଭରଙ୍ଗ-ଗୋଲାପୀ, ଶୁଭସଂଖ୍ୟା-୧୧, ଆରାଧନା-ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । ଆୟ ଅଧିକ ହେବା ପାଇଁ ବ୍ୟବସାୟର ନୂତନ କଳା କୌଶଳ ପ୍ରୟୋଗ କରିବେ । କର୍ମରେ ସଫଳତା, ପ୍ରମୋଶନ ଓ ସମ୍ମାନ ବୃଦ୍ଧି ପାଇବ । ରାଜନୈତିକ ବ୍ୟକ୍ତିଙ୍କ ପାଇଁ ଦିନଟି ବହୁତ ଭଲ । ମୂଲ୍ୟବାନ ଧାତୁ, ନୂତନ ଭୂମି କିମ୍ବା ଯାନବାହନ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଯଶସ୍ୱୀ ହେବେ । ମହିଳାମାନେ ସୁଖ, ସୌଭାଗ୍ୟର ଅଧିକାରିଣୀ ହେବେ । ଶୁଭରଙ୍ଗ-ମେରୁନ୍‌, ଶୁଭସଂଖ୍ୟା-୬, ଆରାଧନା-ମା’ ଷୋଡ଼ଶୀ ।

ତୁଳା : ଅଷ୍ଟମ ଚନ୍ଦ୍ର, ସପ୍ତମ ରବି ଓ ଚତୁର୍ଥୀ ତିଥି ହେତୁ ମାନସିକ ଅସ୍ଥିରତା ଓ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଭାବ ଜାଗ୍ରତ ହେବ । ଧନକ୍ଷତି, ପରିବାରରେ ବିବାଦ ଓ ନିଜ ଲୋକଙ୍କ ସହ ଶତ୍ରୁତା ହେବ । ଯେଉଁମାନଙ୍କର ବିଶାଖା ତୁଳା ସେମାନେ ଦୁର୍ଘଟଣା ପ୍ରତି ସତର୍କ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମ ପ୍ରତି ବିମୁଖ ହେବେ । ମହିଳାମାନେ ଶାରୀରିକ ପୀଡ଼ା ଭୋଗିବେ । ଶୁଭରଙ୍ଗ-ସିଲ୍‌ଭର, ଶୁଭସଂଖ୍ୟା-୨, ଆରାଧନା-ପ୍ରଭୁ ଶ୍ରୀରାମ ।

ବିଛା : ଘାତବାର ଓ ଘାତଚନ୍ଦ୍ର ହେତୁ ସ୍ତ୍ରୀଙ୍କ ସହ ମନୋମାଳିନ୍ୟ କିମ୍ବା ତାଙ୍କର ସ୍ୱାସ୍ଥ୍ୟ ବିଗିଡ଼ି ଯାଇପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । କର୍ମରେ ଆଶାଠାରୁ କମ୍‌ ସଫଳତା ଓ ମହିଳା ସହକର୍ମୀଙ୍କ ସହ ବିବାଦ ହୋଇପାରେ । ସ୍ତ୍ରୀହେତୁକ ଧନକ୍ଷତି, ଅପମାନ ଓ ବିପଦରେ ପଡ଼ିପାରନ୍ତି । ଯେଉଁମାନଙ୍କର ବିଶାଖା ବିଛା ସେମାନେ ସତର୍କ ରହିବେ । ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୩, ଆରାଧନା-ମା’ ଚଣ୍ଡୀ ।

ଧନୁ: ଘାତବାର ଓ ଷଷ୍ଠ ଚନ୍ଦ୍ର ହେତୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ଆତ୍ମସନ୍ତୋଷ ମିଳିବ ନାହିଁ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । କର୍ମରେ ସଫଳତା, ପରିଶ୍ରମ ତୁଳନାରେ କମ୍‌ ମିଳିବ । ମନରେ ଅସ୍ଥିରତା ଭାବ, ଶତ୍ରୁବୃଦ୍ଧି ଓ ସାମାନ୍ୟ ପୀଡ଼ା ଭୋଗିବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ । ମହିଳାମାନେ ପରିବାର ସେବାରେ ବ୍ରତୀ ହେବେ । ଶୁଭରଙ୍ଗ-ହଳଦିଆ, ଶୁଭସଂଖ୍ୟା-୫, ଆରାଧନା- ମା’ ସମଲେଶ୍ୱରୀ ।

ମକର: ନୂତନ ବିଦ୍ୟା, କଳା ଓ ସଂସ୍କୃତି ପ୍ରତି ଆଜି ଦୁର୍ବଳତା ଜାତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅଧିକ ହେବ । କର୍ମରେ ସଫଳତା, ପ୍ରଶଂସା, ସମସ୍ତଙ୍କର ଶ୍ରଦ୍ଧା ଭାଜନ ହେବେ । ସନ୍ତାନମାନେ ଆଜ୍ଞାବହ ହେବେ ଓ ତାଙ୍କ କର୍ମକୁ ନେଇ ଖୁସୀ ହେବେ । ପିତାମାତାଙ୍କ କୃପା, ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ଉଦ୍‌ଯୋଗ କରିବେ । ମହିଳାମାନେ ସୁଖୀ ହେବେ । ଶୁଭରଙ୍ଗ-ଧୂସର, ଶୁଭସଂଖ୍ୟା-୧୧, ଆରାଧନା-ମା’ ବିମଳା ।

କୁମ୍ଭ: ଚତୁର୍ଥ ଚନ୍ଦ୍ର, ଚତୁର୍ଥୀ ତିଥି ହେତୁ ସ୍ୱଜନ, ପ୍ରିୟଜନ, ବନ୍ଧୁବାନ୍ଧବ ଓ ପଡ଼ୋଶୀଙ୍କ ସହ ଅପ୍ରିୟତା, ଯାନବାହନରେ କ୍ଷତି ଏବଂ ବାଣିଜ୍ୟ, ବ୍ୟବସାୟରେ କ୍ଷତି ପହଞ୍ଚିବ । ପରିବହନ ବ୍ୟବସାୟରେ ଆଜି ଅଧିକ କ୍ଷତି ସହିବେ । କର୍ମରେ ଅନାଗ୍ରହ ଭାବ ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ପୂର୍ବଭାଦ୍ର କୁମ୍ଭ ସେମାନେ ଆର୍ଥିକ କାରବାର, ବିବାଦ ଓ ଦୁର୍ଘଟଣା ପ୍ରତି ସତର୍କ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ଅବହେଳା କରିବେ । ମହିଳାମାନେ ପରିବାରରେ କଳହ ସୃଷ୍ଟି କରିବେ । ଶୁଭରଙ୍ଗ- କଫି, ଶୁଭସଂଖ୍ୟା-୩, ଆରାଧନା-ମା’ ଭୈରବୀ ।

ମୀନ: ଘାତବାର ଓ ତୃତୀୟ ଚନ୍ଦ୍ର ହେତୁ ଘାତବାରର ପ୍ରଭାବ କମ୍‌ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ଅବସ୍ଥାରେ ଉନ୍ନତି ଦେଖାଦେବ । କର୍ମରେ ସଫଳତା ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଭ୍ରାତୃ, ଭଗ୍ନୀଙ୍କ ପ୍ରତି ସହାନୁଭୂତି ଓ ପରିବାର ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ ଆତ୍ମସନ୍ତୋଷ ଲାଭ କରିବେ । ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୨, ଆରାଧନା-ମା’ ତାରା ।

Spread the love