ବିଶିଷ୍ଟ ଓଡ଼ିଆ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତିରାଜ ଖୋସଲାଙ୍କ ଦେହାନ୍ତ

ଭୁବନେଶ୍ୱର : ବିଶିଷ୍ଟ ଓଡ଼ିଆ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତିରାଜ ଖୋସଲାଙ୍କ ଗୁରୁବାର ସକାଳେ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୫୫ ବର୍ଷ ବୟସ ହୋଇଥିଲା । ତାଙ୍କ ପରଲୋକ ହୋଇଥିବା ନେଇ ତାଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ତାଙ୍କ ପରଲୋକରେ ଓଲିଉଡ୍ ଜଗତରେ ଶୋକର ଛାୟା ଖେଳି ଯାଇଛି ।

ଶାନ୍ତିରାଜ ଖୋସଲାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ଟ୍ୱିଟ୍ କରି ସେ କହିଛନ୍ତି, ‘ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତିରାଜ ଖୋସଲାଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ନିଜର ସ୍ୱତନ୍ତ୍ର ସଙ୍ଗୀତ ରଚନା ଶୈଳୀ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି ।’ ମିଳିଥିବା ସୂଚନା ଅନୁସାରେ ସେ କିଛି ଦିନ ତଳେ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ ।

Spread the love