ଆଇଏଫ୍‌ଏସ୍ ଅଭୟକାନ୍ତ ପାଠକଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର : ଆଇଏଫ୍‌ଏସ୍ ଅଧିକାରୀ ଅଭୟକାନ୍ତ ପାଠକଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ୧୯୮୭ ବ୍ୟାଚର ଏହି ଆଇଏଫ୍‌ଏସ୍ ଅଫିସରଙ୍କୁ ବାଧ୍ୟତାମୂଳକ ଅବସର ଦେବା ପାଇଁ ରାଜ୍ୟ ସରକାର କରିଥିବା ସୁପାରିଶ ଉପରେ ମୋହର ମାରିଛନ୍ତି ରାଷ୍ଟ୍ରପତି ।

ଉଲ୍ଲେଖ୍ୟଯୋଗ୍ୟ ଯେ ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ଆଇଏଫ୍‌ଏସ୍ ଅଭୟକାନ୍ତ ପାଠକଙ୍କୁ ଗତବର୍ଷ ଗିରଫ କରିଥିଲା ଭିଜିଲାନ୍ସ । ସେହିପରି ତାଙ୍କ ପୁଅ ଆକାଶ ପାଠକ ନିଜକୁ ଟାଟା ମୋଟର୍ସର ଏମ୍‌ଡି ରୂପେ ପରିଚୟ ଦେଇ ଗଞ୍ଜାମ ଜିଲ୍ଲାର ବହୁ ଯୁବକ ଯୁବତୀଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୋଗ ହୋଇଛି । କ୍ରାଇମବ୍ରାଂଚ ଏହି ଘଟଣାର ତଦନ୍ତ କରୁଛି । ଉଭୟ ପାଠକ ବାପପୁଅ ଏବେ ଜେଲରେ ଅଛନ୍ତି ।

Spread the love