ନନ୍ଦନକାନନ ପ୍ରାଣୀ ଉଦ୍ୟାନ ବନ୍ଦ ଅବଧି ବୃଦ୍ଧି

ଭୁବନେଶ୍ୱର : ନନ୍ଦନକାନନ ପ୍ରାଣୀ ଉଦ୍ୟାନ ବନ୍ଦ ଅବଧି ବୃଦ୍ଧି କରାଯାଇଛି । ପରବର୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ଅନିର୍ଦ୍ଦିଷ୍ଟ କାଳ ଯାଏଁ ବନ୍ଦ ରହିବ ନନ୍ଦନକାନନ । ଏହାସହ ବଟାନିକାଲ ଗାର୍ଡେନ ମଧ୍ୟ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ ରହିବ । କରୋନା ସଂକ୍ରମଣ ଦୃଷ୍ଟିରୁ ଏହି ନିଷ୍ପତି ନିଆଯାଇଥିବା ନନ୍ଦନକାନନ ଉପନିର୍ଦ୍ଦେଶକ ବିମଳ ପ୍ରଶନ୍ନ ଆଚାର୍ଯ୍ୟ ସୂଚନା ଦେଇଛନ୍ତି ।

ଉଲ୍ଲେଖ୍ୟଯୋଗ୍ୟ ଯେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଗତ ମଇ ୧ ତାରିଖରୁ ମଇ ୧୫ ତାରିଖ ପର୍ଯ୍ୟନ୍ତ ନନ୍ଦନକାନନ ବନ୍ଦ ରଖିବାକୁ ନିଷ୍ପତି ହୋଇଥିଲା ।

Spread the love