ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନେଲେ କୋଭିଡ୍‌-୧୯ ଟିକାର ପ୍ରଥମ ଡୋଜ୍

ଭୁବନେଶ୍ୱର : ସୋମବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭା ପରିସରରେ ଥିବା ଡିସପେନସେରିରେ କୋଭିଡ୍‌-୧୯ ଟିକାର ପ୍ରଥମ ଡୋଜ୍ ନେଇଛନ୍ତି । ଟିକା ନେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଟୁଇଟରରେ ଲେଖିଛନ୍ତି, ‘ ମୁଁ ଖୁସି ଯେ ମୁଁ ଆଜି କୋଭିଡ-୧୯ ଟିକାର ପ୍ରଥମ ଡୋଜ୍ ନେଲି ।’ ଲୋକଙ୍କ ପାଖରେ ଟିକା ପହଂଚାଇବା ପାଇଁ କାମ କରୁଥିବା ବୈଜ୍ଞାନିକ ଓ ସ୍ୱାସ୍ଥ୍ୟକର୍ମୀମାନଙ୍କ ନିକଟରେ ସେ କୃତଜ୍ଞତା ଜ୍ଞାପନ କରିଛନ୍ତି ।

ସେ ଆଜି ସକାଳ ୧୦ଟା ୪୫ ମିନିଟ ସମୟରେ ନବୀନନିବାସରୁ ବାହାରି ବିଧାନସଭା ପରିସରରେ ଥିବା ଡିସପେନସେରିରେ ପହଂଚିଥିଲେ । ସେଠାରେ ସେ ଦିନ ୧୧ଟା ବେଳେ ପ୍ରଥମେ କରୋନା ଟିକା ନେଇଥିଲେ । ଏହାପରେ ଅନ୍ୟ ବିଧାୟକମାନେ ଟିକା ନେବେ ବୋଲି ଜଣାଯାଇଛି ।

Spread the love