ରାଜ୍ୟରେ କରୋନା ନେଲା ଆଉ ୨ ଜୀବନ

ଭୁବନେଶ୍ୱର : ରଜ୍ୟରେ ମହାମାରୀ କରୋନା ଏବେ ଉପରମୁହାଁ । ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ରବିବାର ଗତ ୨୪ ଘଂଟା ମଧ୍ୟରେ ୩୬୬୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୨ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୧୯୪୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୩,୬୮,୨୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୨୧,୪୩୬ ଜଣ ସକ୍ରିୟ ମାମଲା ରହିଥିବା ବେଳେ ୩,୪୪,୮୨୫ଜଣ ସୁସ୍ଥ ହୋଇଛନ୍ତି । ସେହିପରି କରୋନାରେ ୧୯୪୪ ଜଣଙ୍କର ମୃତ୍ୟୁ ହୋଇଥିବା ୫୩ ଜଣଙ୍କର ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

Spread the love