ରାଜ୍ୟରେ କରୋନା ନେଲା ଆଉ ୧୦ ଜୀବନ

ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ଏବେ ଉପରମୁହାଁ । ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ମଙ୍ଗଳବାର ଗତ ୨୪ ଘଂଟା ମଧ୍ୟରେ ୬୦୭୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ ଏବଂ ବୌଦ୍ଧ ଜିଲ୍ଲାରୁ ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୧୯୯୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୪,୨୦,୧୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୩,୬୭,୧୧୧ଜଣ ସୁସ୍ଥ ହୋଇଥିବା ବେଳେ ୫୦,୯୫୮ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୧୯୯୭ ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।

Spread the love